ଆଶାଠାରୁ ଅଧିକ କାରବାର: ୬୦ ଦିନରେ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’

ଭୁବନେଶ୍ୱର,୨୨ା୪:(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ ଆୟୋଜିତ ହେଉଛି। ଏପରିକି ଚଳିତ ବର୍ଷ ଏହି ପ୍ରଦର୍ଶନୀ ୬୦ ଦିନରେ ପହଞ୍ଚତ୍ଛି ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଅପରପକ୍ଷରେ ସନ୍ଧ୍ୟା ହେଲେ ସହରବାସୀ ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। କାରଣ ଗୋଟିଏ ପଟରେ ପିଲାଙ୍କ ପରୀକ୍ଷା ଶେଷ ହୋଇଯାଇଥିବାରୁ ଅଭିଭାବକମାନେ ସନ୍ଧ୍ୟା ସମୟରେ ସପରିବାର ସହ ବୁଲାବୁଲି କରିବାକୁ ଆଗ୍ରହ ପ୍ରକାଶ କରୁଥିବାବେଳେ ଅପରପକ୍ଷରେ ସାରା ଦେଶର ଭଳିକି ଭଳି ହ୍ୟାଣ୍ଡଲୁମ୍‌ ପୋଷାକ ସାଙ୍ଗକୁ ହାଣ୍ଡିକ୍ରାଫ୍ଟ ସାମଗ୍ରୀ ସୁଲଭ ମୂଲ୍ୟରେ ପାଇପାରୁଛନ୍ତି। ଏପରିକି ବିଭିନ୍ନ ରାଜ୍ୟର ବ୍ୟବସାୟୀମାନେ ସେମାନଙ୍କର ଲୋକପ୍ରିୟ ବସ୍ତ୍ର (ପୋଷାକ) ସାଙ୍ଗକୁ ନୂଆ ନୂଆ ଡିଜାଇନର ପୋଷାକ ଓ ଘରକରଣା ସାମଗ୍ରୀ ଉପରେ ଆକର୍ଷଣୀୟ ଅଫର ଓ ରିହାତି ଯୋଗାଇ ଦେଉଛନ୍ତି।

ସେହିଭଳି ପ୍ରଦର୍ଶନୀରେ ସାମିଲ ଓଡ଼ିଶାର ଅଗ୍ରଣୀ ହ୍ୟାଣ୍ଡଲୁମ୍‌ ବ୍ରାଣ୍ଡ୍‌ ବୟନିକା ପକ୍ଷରୁ ମଧ୍ୟ ଆକର୍ଷଣୀୟ ରିହାତି (୧୦+୨୦%) ପ୍ରଦାନ କରାଯାଉଛି, ଫଳରେ ପ୍ରଦର୍ଶନୀ ବୁଲା ସାଙ୍ଗକୁ ମନପସନ୍ଦର ସାମଗ୍ରୀ ଓ ପୋଷାକ କିଣିବା ପାଇଁ ସବୁବର୍ଗର ଗ୍ରାହକଙ୍କ ଭିଡ ପ୍ରଦର୍ଶନୀରେ ଦେଖିବାକୁ ମିଳୁଛି। ସେହିପରି ଉକ୍ତ ପ୍ରଦର୍ଶନୀରେ ଓଡ଼ିଶାର ବୟନିକା ସମେତ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜରାଟ, ମଧ୍ୟପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ ଏବଂ ଜମ୍ମୁ ଆଣ୍ଡ କଶ୍ମୀର ଭଳି ରାଜ୍ୟର ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ବ୍ୟବସାୟୀମାନେ ମୋଟ ୭୫ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ଓ ବିକ୍ରି କରୁଥିବା କାମଧେନୁ ଖଦି ଉଲ୍‌ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଏହି ପ୍ରଦଶର୍ନୀ ୬୦ ଦିନରେ ପହଞ୍ଚତ୍ଛି। ବିଶେଷ କରି ଆଶାଠାରୁ ଅଧିକ କାରବାର ସହ ଗ୍ରାହକଙ୍କ ଚାହିଦା ଓ ବଜାର(ପ୍ରଦର୍ଶନୀ)ର ଆବଶ୍ୟକତାକୁ ଆଖି ଆଗରେ ରଖି ପ୍ରଦଶନୀର ଅବଧି ୨୦୨୪ ମାର୍ଚ୍ଚ ୩୧ ବଦଳରେ ମେ ୨୦ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବାବେଳେ ପ୍ରତ୍ୟହ ଦିବା ୧୧ ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହୁଛି ବୋଲି ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜକ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri