ଟିଏସ୍‌ଏମ୍‌ଏଲ୍‌କୁ ‘ଏକ୍ସିଲେନ୍ସ ଇନ୍‌ ବାୟୋଡାଇଭର୍ସିଟି ମ୍ୟାନେଜମେଣ୍ଟ’ ସମ୍ମାନ

ନୂଆଦିଲ୍ଲୀ,୧୧।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପସଂସ୍ଥା ତଥା ଟାଟା ଗ୍ରୁପ୍‌ର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀ ତା’ର କାର୍ଯ୍ୟକ୍ଷେତ୍ରର ପାରିପାର୍ଶ୍ୱିକ ଅଞ୍ଚଳରେ ଜୈବ ବିବିଧତାର ସଂରକ୍ଷଣ ପାଇଁ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିଥିବାରୁ ସିଆଇଆଇ ଆଇଟିସି ସଷ୍ଟେନେବିଲିଟି ଆୱାର୍ଡସ୍‌-୨୦୨୨ରେ ଟିଏସ୍‌ଏମ୍‌ଏଲ୍‌କୁ ‘ଏକି୍ସଲେନ୍ସ ଇନ୍‌ ବାୟୋଡାଇଭର୍ସିଟି ମ୍ୟାନେଜମେଣ୍ଟ’ ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଏକ ଭବ୍ୟ ସମାରୋହରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ୍‌ ଗଡ଼କରୀଙ୍କ ଠାରୁ ଟିଏସ୍‌ଏମ୍‌ଏଲ୍‌ର ବରିଷ୍ଠ ମହାପ୍ରବନ୍ଧକ ରାଜଶ୍ରୀ ପାଲିତ ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, କମ୍ପାନୀର ପ୍ରଜାତୀୟ ଖାଦ୍ୟୋତ୍ସବ, ଗ୍ରୀନ୍‌ ଥେରାପି, ଜୈବକଳା ବିବିଧତା, ସୁକିନ୍ଦା ଇକୋରେସ୍‌, ପ୍ରଜାପତି ବଗିଚା (ବଟରଫ୍ଲାଏ ଗାର୍ଡେନ) ଓ ଔଷଧୀୟ ଉଦ୍ୟାନ ଭଳି ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମକୁ ବିଚାରକମାନେ ଖୁବ ପ୍ରଶଂସା କରିଛନ୍ତି। ଏ ସମ୍ପର୍କରେ ଟିଏସ୍‌ଏମ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଏଭଳି ଏକ ପୁରସ୍କାର ଗ୍ରହଣ କରି ଆମେ ବହୁତ ଖୁସି ଅଛୁ, ଯାହା ଟିଏସ୍‌ଏମ୍‌ଏଲ୍‌ରେ ଜୈବ ବିବିଧତାର ସଂରକ୍ଷଣ ଓ ନିରନ୍ତରତା ପରିଚାଳନା ପ୍ରତି ଥିବା ପ୍ରତିବଦ୍ଧତା ଦିଗରେ ଏକ ସ୍ବୀକୃତି ବୋଲି ସେ ମତପ୍ରକାଶ କରିଛନ୍ତି। ସେହିଭଳି ଏହି ପୁରସ୍କାର ଆମକୁ ଶ୍ରେଷ୍ଠ ପ୍ରଦର୍ଶନ ଜାରି ରଖିବା ପାଇଁ ଆହୁରି ଅନୁପ୍ରାଣିତ କରିବ। ଏପରିକି ଉକ୍ତ ପୁରସ୍କାର ଲାଗି ଆମକୁ ବିଚାରକୁ ନେଇଥିବାରୁ ବିଚାରକମାନଙ୍କୁ ମଧ୍ୟ ଆମେ କୃତଜ୍ଞତା ଜଣାଉଛୁ। ଅପରପକ୍ଷରେ ଜୈବ ବିବିଧତାର ସଂରକ୍ଷଣ ଓ ଉନ୍ନତି ହେଉଛି, ଟିଏସ୍‌ଏମ୍‌ଏଲ୍‌ର କର୍ପୋରେଟ୍‌ ରଣନୀତି ଓ ମୂଲ୍ୟବୋଧ ବ୍ୟବସ୍ଥାର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ସବୁ ଗୁରୁତ୍ୱପୂର୍ଣ୍ଣ ଓ ପରିଚାଳନା ନିଷ୍ପତ୍ତିରେ ଜୈବ ବିବିଧତାକୁ ମୁଖ୍ୟସ୍ରୋତରେ ରଖିବାକୁ ଟିଏସ୍‌ଏମ୍‌ଏଲ୍‌ ସର୍ବଦା ଉଦ୍ୟମ କରି ଆସୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri