ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ

କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଲେ ଡିଏସ୍‌ପି ଦେବେନ୍ଦ୍ର କୁମାର ମଲ୍ଲିକ, ଇନ୍ସପେକ୍ଟର ଦେବେନ୍ଦ୍ର କୁମାର ବିଶ୍ୱାଳ, ତୃପ୍ତିରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁ। ଏ ନେଇ ଓଡ଼ିଶା ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
କଟକ ଜିଲା ସାଲେପୁର ଅଞ୍ଚଳର ୬ବର୍ଷର ଶିଶୁକୁ ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଦେବେନ୍ଦ୍ର ମଲ୍ଲିକ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ପରେ ସମ୍ପୃକ୍ତ ଅଭିଯୁକ୍ତ ଜଣଙ୍କ ଦୋଷୀସାବ୍ୟସ୍ତ ହୋଇ ମୃତ୍ୟୁଦଣ୍ଡରେ ଦଣ୍ଡିତ ହୋଇଥିଲେ। ଏହି ଘଟଣାରେ ଉଲ୍ଲେଖନୀୟ ତଦନ୍ତ କରିଥିବାରୁ ଦେବେନ୍ଦ୍ରଙ୍କୁ ଉକ୍ତ ପଦକ ପ୍ରଦାନ କରାଯିବ। ସେହିପରି ଭୁବନେଶ୍ୱରର ବହୁଚର୍ଚ୍ଚିତ ମୁଣ୍ଡବିହୀନ ମହିଳାଙ୍କ ମୃତଦେହ ମିଳିବା ଘଟଣାର ସଫଳ ତଦନ୍ତ ନିମନ୍ତେ ଚନ୍ଦକା ଥାନା ଅଧିକାରୀ ଦେବେନ୍ଦ୍ର କୁମାର ବିଶ୍ୱାଳଙ୍କୁ ଏହି ପଦକ ପ୍ରଦାନ କରାଯିବ। ଏହି ଘଟଣାରେ କୌଣସି ପାରିପାର୍ଶ୍ୱିକ ପ୍ରମାଣ ନ ଥିବା ସତ୍ତ୍ୱେ ଦେବେନ୍ଦ୍ର ହତ୍ୟାକାରୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ସେହିପରି କନ୍ଧମାଳ ଜିଲାରେ ହତ୍ୟା, ବଳାତ୍କାର, ଡକାୟତି ଆଦି ୪ଟି ଘଟଣାରେ ତଦନ୍ତ କରି ଦୋଷୀଙ୍କୁ ସଜା ଦେବା କ୍ଷେତ୍ରରେ ସଫଳତା ହାସଲ କରିଥିଲେ ତୃପ୍ତିରଞ୍ଜନ। ଇନ୍ସପେକ୍ଟର ଶ୍ରୀକାନ୍ତ କେନ୍ଦୁଝରର ୩ଟି ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ସଜା ଦେବାରେ ମୁଖ୍ୟ ଭୂମିକା ନିଭାଇଥିଲେ। ତୃପ୍ତିରଞ୍ଜନ ଓ ଶ୍ରୀକାନ୍ତ ୨୦୧୦ ମସିହାରେ ଓଡ଼ିଶା ପୋଲିସରେ ଏସ୍‌ଆଇ ଭାବେ ଯୋଗଦେଇଥିଲେ। ଏପର୍ଯ୍ୟନ୍ତ ସେମାନେ ଉତ୍ସର୍ଗୀକୃତ ଭାବେ କାମ କରିଆସୁଛନ୍ତି। ସମସ୍ତ ଅଧିକାରୀ ତଦନ୍ତବେଳେ ସାଇଣ୍ଟିଫିକ୍‌ ଓ ଫରେନ୍‌ସିକ କିଟ୍‌ ବ୍ୟବହାର କରି ସମ୍ବେଦନଶୀଳ ଘଟଣାର ରହସ୍ୟ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri