Posted inଜାତୀୟ

ହାତୀ ଛାଡ଼ି ସାଇକେଲ ଚଳାଇଲେ ୬ ବିଏସ୍‌ପି ବିଧାୟକ…

ଲକ୍ଷ୍ନୌ,୩୦।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳର ସଦସ୍ୟଙ୍କ ମଧ୍ୟରେ ବାଡ଼ ଡେଇଁବା ଆରମ୍ଭ ହୋଇଛି। ଏହି ମର୍ମରେ ମାୟାବତୀଙ୍କ ବହୁଜନ ସମାଜବାଦୀ ପାର୍ଟି( ବିଏସ୍‌ପି)ର ୬ ଜଣ ବିଧାୟକ ହାତୀ ଛାଡ଼ି ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟିର ସାଇକେଲ ଚଳାଇଛନ୍ତି।

ଜଣେ ଭାଜପା ବିଧାୟକ ମଧ୍ୟ ପଦ୍ମ ଛାଡ଼ି ସାଇକେଲ ଧରିଛନ୍ତି। ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେମାନେ ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି।

ଅସଲମ୍‌ ରାଇନି(ଭିଙ୍ଗା-ଶରବସ୍ତି), ଅସଲମ୍‌ ଅଲ୍ଲୀ ଚୌଧୁରୀ( ଢୋଲାନା ହାପୁର), ମୁଜତାବ୍‌ ସିଦ୍ଦିକ୍‌( ପ୍ରତାପପୁର-ଆଲ୍ଳାହବାଦ୍‌), ହକିମ୍‌ ଲାଲ୍‌ ବିନ୍ଦ( ହାନ୍ଦିଆ-ପ୍ରୟାଗରାଜ), ହରଗୋବିନ୍ଦ ଭାର୍ଗବ( ସିଦ୍ଧୁଲି ସୀତାପୁର), ସୁଶମ ପଟେଲ( ମୁଙ୍ଗରା ବାଦଶାହପୁର) ପ୍ରମୁଖ ବିଏସ୍‌ପି ଛାଡ଼ିଛନ୍ତି।

ସେହିପରି ଭାଜପାର ସୀତାପୁର ବିଧାୟକ ରାକେଶ ରାଠୋର ଅଖିଳେଶଙ୍କ ଦଳରେ ସାମିଲ ହୋଇଛନ୍ତି।

ଏହି ଅବସରରେ ଅଖିଳେଶ କହିଛନ୍ତି ଯେ, ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଦୁର୍ନୀତିଗ୍ରସ୍ତ ହେବାରେ ଲାଗିଛନ୍ତି। ଶାସକ ଦଳ ପ୍ରତି ଜନସାଧାରଣଙ୍କର ମୋହ ଭଙ୍ଗ ହୋଇଛି। ସେମାନଙ୍କର ବିଶ୍ୱାସ ତୁଟି ଯାଇଛି। ଏବେ ରାଜ୍ୟରେ ଭାଜପାର ପତନ ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri