ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ, ଉତ୍ତେଜନା

ଜହ୍ନାପଙ୍କ,୧୯।୮(ଡି.ଏନ.ଏ.) – ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରରେ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଏହି ଗ୍ରାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ କେତେକ ଅମାନିଆ ବିନା କାରଣରେ ବୁଲୁଥିବା ଦେଖି ପୋଲିସ ଗୋଡାଇ ପିଟିଥିଲା । ତେବେ କେତେଜଣ ନିରୀହ ଲୋକ ମାଡ ଖାଇବାକୁ କେନ୍ଦ୍ର କରି ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଶତାଧିକ ଲୋକ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବା ପରେ ସରପଞ୍ଚ ରାଜେନ୍ଦ୍ର ମେହେର ସେମାନଙ୍କୁ ବୁଝାଶୁଝା କରିଥିଲେ ହେଁ କେହି ଶୁଣି ନ ଥିଲେ । ସରପଞ୍ଚ ମଧ୍ୟ ଲୋକଙ୍କ ଆକ୍ରୋଶର ଶିକାର ହୋଇଥିଲେ। ସୂଚନାଯୋଗ୍ୟ ଯେ, ମଙ୍ଗଳବାର ନାରାୟଣନଗର ଗାଁରେ ୪୭ ଜଣ କରୋନା ପଜିଟିଭ ବାହାରିଛନ୍ତି। ବର୍ତ୍ତମାନ ସୁଦ୍ଧା ମୋଟ ୨୬୩ କରୋନା ପଜିିଟିଭ କେବଳ ନାରାୟଣନଗରରୁ ବାହାରିଥିବାରୁ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri