ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ, ନୂଆପଡା ଜିଲାପାଳ ମଧୁସ୍ମିତା ସାହୁଙ୍କୁ ଜଳ ସମ୍ପଦ ବିଭାଗ ଡେପୁଟି ସେକ୍ରେଟାରୀ ଏବଂ ମୟୂରଭଞ୍ଜ ପିଡି ଡିଆରଡିଏ ଚଞ୍ଚଳ ରଣାଙ୍କୁ ବଲାଙ୍ଗୀର ଜିଲାପାଳ ଭାବେ ବଦଳି କରାଯାଇଛି। ସେହିପରି ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ଯାଜପୁର ଜିଲାପାଳ ଭାବେ ବଦଳି କରାଯାଇଥିବା ବେଳେ ଗଞ୍ଜାମ ପିଡି ଡିଆରଡିଏ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ଅନୁଗୋଳ ଜିଲାପାଳ, ମୟୂରଭଞ୍ଜ ଏଡିଏମ୍‌ ସ୍ବାଧାଦେବ ସିଂଙ୍କୁ ନୂଆପଡା ଜିଲାପାଳ, ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ସଚିବ, ବ୍ରହ୍ମପୁର ଉପଜିଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କୁ ଗଞ୍ଜାମ ପିଡି ଡିଆରଡିଏ, ଗୁଣୁପୁର ଉପଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋଣ୍ଡାରଙ୍କୁ ବ୍ରହ୍ମପୁର ମହାନଗର ନିଗମ କମିଶନର, ଗଞ୍ଜାମ କୋଭିଡ-୧୯ ପରିଚାଳନା ଓଏସଡି କିର୍ତ୍ତୀ ବାସନ ଭି.ଙ୍କୁ ବ୍ରହ୍ମପୁର ଉପଜିଲାପାଳ ଏବଂ ଗଜପତି ଜିଲା କୋଭିଡ-୧୯ ପରିଚାଳନା ଦାୟିତ୍ୱରେ ଥିବା ଓଏସ୍‌ଡି ଜେ. ସୋନଲଙ୍କୁ ଗୁଣୁପୁର ଉପଜିଲାପାଳ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?