ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଓଏସଇପିଏର ରାଜ୍ୟ ପ୍ରକଳ୍ପ ଅଧିକାରୀ ଭୂପିନ୍ଦର ସିଂ ପୁନିଆଙ୍କୁ ଇପିକଲ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ତାଙ୍କୁ ଶିଳ୍ପ ବିଭାଗର ଅତିରିକ୍ତ ସଚିବ ଏବଂ ସେ ଇଡ୍‌କୋର ଇଡି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିପରି ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଥିବା ପ୍ରେମଚନ୍ଦ୍ର ଚୌଧାରୀଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲୁଓସିଡି)ର ସିଇଓ, ଗଜପତି ଜିଲାପାଳ ଅନୁପମ ଶାହାଙ୍କୁ ଓଏସ୍‌ଇପିଏ ରାଜ୍ୟ ପ୍ରକଳ୍ପ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ଏଥି ସହିତ ସେ ‘ମୋ ସ୍କୁଲ’ର ମେମ୍ବର ସେକ୍ରେଟାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସୋନପୁର ଜିଲାପାଳ ମନୀଷା ବାନାର୍ଜୀ ବରଗଡ ଜିଲାପାଳ ଭାବେ ବଦଳି ହୋଇଥିବା ବେଳେ, ମାଲକାନଗିରି ଜିଲାପାଳ ଏଦୁଲା ବିଜୟଙ୍କୁ କଟକସ୍ଥିତ ପ୍ରାଣୀ ସମ୍ପଦ ଓ ପ୍ରାଣୀ ସେବା ନିର୍ଦ୍ଦେଶକ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡାଙ୍କୁ ଗଜପତି ଜିଲାପାଳ, ରାଉରକେଲା ଏଡିଏମ୍‌ ଅବୋଲି ସୁନୀଲ ନରଭଣେଙ୍କୁ ସୋନପୁର ଜିଲାପାଳ, ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡାଙ୍କୁ ରାଉରକେଲା ଏଡିଏମ୍‌ ଓ ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ଯାଜପୁର ଡିଆର୍‌ଡିଏ ପ୍ରକଳ୍ପ ଅଧିକାରୀ ବିଶାଲ ସିଂହଙ୍କୁ ମାଲକାନଗିରି ଜିଲାପାଳ, ଟିଟିଲାଗଡ ସବ୍‌କଲେକ୍ଟର ସୋମେଶ କୁମାର ଉପାଧ୍ୟାୟଙ୍କୁ କଳାହାଣ୍ଡି ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଧର୍ମଗଡ ସବ୍‌ କଲେକ୍ଟର ଦିବାକର ଟି.ଏସ.ଙ୍କୁ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌)ର ଓଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ଅନ୍ୟପକ୍ଷରେ ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଶେଷ କରି ଫେରିଥିବା ୨୦୧୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି। ସେହି କ୍ରମରେ ଅଗ୍ରଓ୍ବାଲ ଅକ୍ଷୟ ସୁନୀଲଙ୍କୁ ନବରଙ୍ଗପୁର ସବ୍‌ କଲେକ୍ଟର, ଅନ୍ୟା ଦାସଙ୍କୁ ବାରିପଦା ସବ୍‌ କଲେକ୍ଟର, ଆଦିତ୍ୟ ଗୋଏଲଙ୍କୁ କୁଚିଣ୍ଡା ସବ୍‌ କଲେକ୍ଟର, ମହାଜନ ମନୋଜ ସତ୍ୟଓ୍ବାନଙ୍କୁ ଟିଟିଲାଗଡ ସବ୍‌ କଲେକ୍ଟର, ପାଓ୍ବାର ସଚିନ ପ୍ରକାଶଙ୍କୁ ଧର୍ମଗଡ ସବ୍‌କଲେକ୍ଟର ଏବଂ ଇଶଲଓ୍ବାର ଗୌରବ ଶିବାଜୀଙ୍କୁ ଖୋର୍ଦ୍ଧା ସବ୍‌ କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri