ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଛନ୍ତି। ଏଥିସହ ଅବକାରୀ ବିଭାଗର ସଚିବ ପଦରେ ବି ଅଛନ୍ତି।

ସେହିପରି ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେ ଓଏମ୍‌ସି, ଇଡକଲ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ଏଥିସହିତ ଅବକାରୀ ସଚିବ ଭାବେ ଦାୟିତ୍ୱ ନେବା ପରେ ଲୋହାନୀ ଏହି ପଦରୁ ଅବ୍ୟାହତ ନେବେ।

୧୯୯୭ ବ୍ୟାଚ୍‌ ଆଇଏଏସ୍‌ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନ ଭାବେ ଦାୟିତ୍ୱ ଦିଆଯାଇଛି। ସେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri