ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଛନ୍ତି। ଏଥିସହ ଅବକାରୀ ବିଭାଗର ସଚିବ ପଦରେ ବି ଅଛନ୍ତି।

ସେହିପରି ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେ ଓଏମ୍‌ସି, ଇଡକଲ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ଏଥିସହିତ ଅବକାରୀ ସଚିବ ଭାବେ ଦାୟିତ୍ୱ ନେବା ପରେ ଲୋହାନୀ ଏହି ପଦରୁ ଅବ୍ୟାହତ ନେବେ।

୧୯୯୭ ବ୍ୟାଚ୍‌ ଆଇଏଏସ୍‌ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନ ଭାବେ ଦାୟିତ୍ୱ ଦିଆଯାଇଛି। ସେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

 


Enter your email to get our daily news in your inbox.

All Right Reserved By Dharitri.Com

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri