ଆଇଏଏସ୍‌ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍‌ ଅଶ୍ୱଥି ଏସ୍‌ଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ମିଳିଛି। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ମିଳିଥିବା ବେଳେ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ  ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଅରବିନ୍ଦ ପାଢ଼ୀ କୃଷି ବିଭାଗର ଦାୟିତ୍ୱ ନେବା ଦିନ ହିଁ ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜିବ ଚୋପ୍ରାଙ୍କ ପାଖରେ ଥିବା ଏହି ଅତିରିକ୍ତ ଦାୟିତ୍ୱ ରଦ୍ଦ ହୋଇଯିବ। ସେହିପରି ୧୯୯୭ ବ୍ୟାଚ୍‌ ଆଇଏଏସ ସଞ୍ଜୟ କୁମାର ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସଞ୍ଜୟ କୁମାର ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ, ଭୁବନେଶ୍ୱର ସ୍ମାର୍ଟ ସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ ଜାରି ରଖିବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri