ଆଇଏଏସ୍‌ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍‌ ଅଶ୍ୱଥି ଏସ୍‌ଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ମିଳିଛି। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ମିଳିଥିବା ବେଳେ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ  ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଅରବିନ୍ଦ ପାଢ଼ୀ କୃଷି ବିଭାଗର ଦାୟିତ୍ୱ ନେବା ଦିନ ହିଁ ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜିବ ଚୋପ୍ରାଙ୍କ ପାଖରେ ଥିବା ଏହି ଅତିରିକ୍ତ ଦାୟିତ୍ୱ ରଦ୍ଦ ହୋଇଯିବ। ସେହିପରି ୧୯୯୭ ବ୍ୟାଚ୍‌ ଆଇଏଏସ ସଞ୍ଜୟ କୁମାର ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସଞ୍ଜୟ କୁମାର ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ, ଭୁବନେଶ୍ୱର ସ୍ମାର୍ଟ ସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ ଜାରି ରଖିବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri