ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ । ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଶକ୍ତି ଓ ଅବକାରୀ ବିଭାଗର ପ୍ରମୁଖ ସଚିବ ଏବଂ ସ୍ବତନ୍ତ୍ର ରିଲିଫ୍‌ କମିଶନର ଥିବା ନିକୁଞ୍ଜ ବିହାରୀ ଧଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଥିବା ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହିତ ତାଙ୍କୁ ଅବକାରୀ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ ଜାରି ରଖିବେ । ଏଥିସହିତ ତାଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଏବଂ ବାଣିଜ୍ୟକର ଓ ଜିଏସ୍‌ଟି କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ଓଡ଼ିଶା ବିପର୍ଯ୍ୟୟ ପରିଚାଳନା(ଓଏସ୍‌ଡିଏମ୍‌ଏ) ବିଭାଗର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ୨୦୦୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଜ୍ଞାନରଞ୍ଜନ ଦାସ ଅତିରିକ୍ତ ଭାବେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri