ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ବିଭାଗ ପକ୍ଷରୁ ୩ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରାଯାଇ ମୋଟ ୧୬୯ଜଣ କନିଷ୍ଠ ଓ ବରିଷ୍ଠ ଓଏଏସ୍‌ ଅଫିସର ଏବଂ ଓଆରଏସ୍‌ ଅଫିସରଙ୍କୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ୭୯ ଜଣଙ୍କୁ ତହସିଲଦାର ଓ ୫୮ ଜଣଙ୍କୁ ଉପଜିଲାପାଳ ଭାବେ ବିଭିନ୍ନ ସ୍ଥାନରେ ନିଯୁକ୍ତି ମିଳିଛି। ଗୋଟିଏ ବିଜ୍ଞପ୍ତିରେ ୫୬ଜଣ ଓଏଏସ୍‌ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କୁ ବିଭିନ୍ନ ଜିଲାର ଉପଜିଲାପାଳ ଭାବେ ବଦଳି ହୋଇଛି। ସେହିପରି ଅନ୍ୟ ଗୋଟିଏ ବିଜ୍ଞପ୍ତିରେ ମୋଟ ୬୧ଜଣ ଓଏଏସ୍‌ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କ ବଦଳି ହୋଇଛି। ଏଥିରେ ୬୦ଜଣଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଓ ଜଣେ ଅଫିସରଙ୍କୁ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି। ବିଭାଗ ପକ୍ଷରୁ ଜାରି ଅନ୍ୟ ଏକ ବିଜ୍ଞପ୍ତିରେ ୫୨ଜଣ ଓଏଏସ୍‌ ଜୁନିୟର ବ୍ରାଞ୍ଚ ଏବଂ ଓଆରଏସ୍‌ ଅଫିସରଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ଏଥିରେ ୧୯ ଜଣ ଅଫିସରଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଭାବେ ନିଯୁକ୍ତି ମିଳିଛି। ସମସ୍ତ ଅଫିସରଙ୍କୁ ତୁରନ୍ତ ରିଲିଭ କରିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?