ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ବିଭାଗ ପକ୍ଷରୁ ୩ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରାଯାଇ ମୋଟ ୧୬୯ଜଣ କନିଷ୍ଠ ଓ ବରିଷ୍ଠ ଓଏଏସ୍‌ ଅଫିସର ଏବଂ ଓଆରଏସ୍‌ ଅଫିସରଙ୍କୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ୭୯ ଜଣଙ୍କୁ ତହସିଲଦାର ଓ ୫୮ ଜଣଙ୍କୁ ଉପଜିଲାପାଳ ଭାବେ ବିଭିନ୍ନ ସ୍ଥାନରେ ନିଯୁକ୍ତି ମିଳିଛି। ଗୋଟିଏ ବିଜ୍ଞପ୍ତିରେ ୫୬ଜଣ ଓଏଏସ୍‌ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କୁ ବିଭିନ୍ନ ଜିଲାର ଉପଜିଲାପାଳ ଭାବେ ବଦଳି ହୋଇଛି। ସେହିପରି ଅନ୍ୟ ଗୋଟିଏ ବିଜ୍ଞପ୍ତିରେ ମୋଟ ୬୧ଜଣ ଓଏଏସ୍‌ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କ ବଦଳି ହୋଇଛି। ଏଥିରେ ୬୦ଜଣଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଓ ଜଣେ ଅଫିସରଙ୍କୁ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି। ବିଭାଗ ପକ୍ଷରୁ ଜାରି ଅନ୍ୟ ଏକ ବିଜ୍ଞପ୍ତିରେ ୫୨ଜଣ ଓଏଏସ୍‌ ଜୁନିୟର ବ୍ରାଞ୍ଚ ଏବଂ ଓଆରଏସ୍‌ ଅଫିସରଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ଏଥିରେ ୧୯ ଜଣ ଅଫିସରଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଭାବେ ନିଯୁକ୍ତି ମିଳିଛି। ସମସ୍ତ ଅଫିସରଙ୍କୁ ତୁରନ୍ତ ରିଲିଭ କରିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri