ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ବର, ୨।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। କଟକ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅମ୍ବର କୁମାର କରଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ରୂପେ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅମ୍ବର କୁମାର କରଙ୍କ ସମେତ ବରିଷ୍ଠ ଓଏଏସ୍‌ ଅଫିସର ସଂଘମିତ୍ରା ଶତପଥୀଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଶତପଥୀ ଏବେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ଅବକାରୀ ବିଭାଗର ଅତିରିକ୍ତ ସଚିବ ମିହିର ପ୍ରସାଦ ମହାନ୍ତିଙ୍କ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବଦଳି ହୋଇଛି। ନୟାଗଡ଼ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କୁ କଟକ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ପୁରୀ-କୋଣାର୍କ ଉନ୍ନୟନ ପ୍ରାଧିକରଣର ସଚିବ ଲଲାଟେନ୍ଦୁ ସାହୁଙ୍କୁ ଓଟିଡିସି ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍‌ ବୈତୁରା ଦୀପଙ୍କୁ ଖୋର୍ଦ୍ଧା ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସୋନପୁର ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟାଂଶୁ ରୁଟଙ୍କୁ ଝାରସୁଗୁଡ଼ା ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।
ସେହିପରି ବରିଷ୍ଠ ଓଏଏସ୍‌ ଅଫିସର ତଥା ସାଧାରଣ ଉଦ୍ୟୋଗ ବିଭାଗରେ ଅତିରିକ୍ତ ସଚିବ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ରାଜ୍ୟ ସରକାର ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏହି ପଦୋନ୍ନତି ପରେ ସେହି ବିଭାଗରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?