ଓଏଏସ୍‌, ଓଆର୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଏବଂ ରାଜସ୍ବ ସେବା ବର୍ଗ(ଓଆରଏସ୍‌) ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୪୯ ଜଣ ଓଏଏସ୍‌ ଅଫିସର ଏବଂ ୬ ଜଣ ଓଆରଏସ୍‌ ଅଫିସରଙ୍କୁ ବଦଳି କରାଯାଇଛି। କୋମନା ତହସିଲଦାର ପୂର୍ଣ୍ଣାନନ୍ଦ ପଟେଲଙ୍କୁ ମୁରିବାହଲ ବିଡିଓ ଭାବେ ବଦଳି କରାଯାଇଥିବା ବେଳେ ଯାଜପୁର ଦର୍ପଣ ତହସିଲଦାର ପ୍ରଦୀପ କୁମାର ସେଠୀଙ୍କୁ ବୌଦ୍ଧ ବିଡିଓ, ବନ୍ତ ବିଡିଓ ଶୁଭଦର୍ଶନ ମିଶ୍ରଙ୍କୁ ଦର୍ପଣ ତହସିଲଦାର, ଚିଲିକା ତହସିଲଦାର ସୁରେଶ କୁମାର ପଣ୍ଡାଙ୍କୁ ଖୋର୍ଦ୍ଧା ଡେପୁଟି କଲେକ୍ଟର, କୋକସରା ବିଡିଓ ବିନୟ କୁମାର ଭୋଇଙ୍କୁ ମ. ରାମପୁର ବିଡିଓ, ଏମ୍‌.ରାମପୁର ବିଡିଓ ଉତ୍ତମ କୁମାର ବାଗଙ୍କୁ କୋକସରା ବିଡିଓ, ମୋହନା ତହସିଲଦାର କିଶୋର ଚନ୍ଦ୍ର ଦାସଙ୍କୁ ବାଙ୍କୀ ବିଡିଓ ଏବଂ ସାଲେପୁର ବିଡିଓ ରାଜୀବ ଦାସଙ୍କୁ ଜୟପୁର ବିଡିଓ ଭାବେ ବଦଳି କରାଯାଇଛି। ସେହିପରି ଜୟପୁର ବିଡିଓ ସୁରଜ କୁମାର ପଟ୍ଟନାୟକଙ୍କୁ ଜୟପୁର ନୂଆ ରେଳ ପ୍ରକଳ୍ପର ସ୍ପେଶାଲ ଏଲଏଓ, ଜୟପୁର ନୂଆ ରେଳ ପ୍ରକଳ୍ପର ସ୍ପେଶାଲ ଏଲ୍‌ଏଓ ଅମୂଲ୍ୟ କୁମାର ସାହୁଙ୍କୁ ତିର୍ତ୍ତୋଲ ତହସିଲଦାର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?