ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ଜଳ ସମ୍ପଦ ବିଭାଗ ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଅଫିସର କମଳଲୋଚନ ମିଶ୍ରଙ୍କୁ ଓସ୍ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଭାବେ ବଦଳି କରାଯାଇଛି। ଅତିରିକ୍ତ ରିଲିଫ କମିଶନର ଭାବେ ସେ ଏହି ଦାୟିତ୍ୱ ତୁଲାଇବେ। ସେହିପରି ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆର୍ଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆର୍ଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲାପାଳ, ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ବେରେଜ ବୋର୍ଡ ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ଲଲାଟ କୁମାର ଲୁହାଙ୍କୁ ସୁନ୍ଦରଗଡ଼ ଜିଲା ବଣାଇ ଆଇଟିଡିଏ ପିଏ, ଅଶ୍ୱିନୀ କୁମାର ମେହେରଙ୍କୁ ବୌଦ୍ଧ ଉପଜିଲାପାଳ, ସରୋଜିନୀ ପ୍ରସନ୍ନ କୁଲ୍ଲୁଙ୍କୁ ସୁନ୍ଦରଗଡ଼ ଅତିରିକ୍ତ ଉପଜିଲାପାଳ, ସରୋଜ କୁମାର ଦାଶଙ୍କୁ ଛତ୍ରପୁରର ଅତିରିକ୍ତ ଉପଜିଲାପାଳ ଏବଂ ରଶ୍ମିରେଖା ସ୍ବାଇଁଙ୍କୁ ବୋର୍ଡ ଅଫ୍ ରେଭିନ୍ୟୁରେ ଉପସଚିବ ଭାବେ ବଦଳିକରାଯାଇଛି। ସେହିପରି ବଡ଼ସାହି ବିଡିଓ ଦିଲୀପ କୁମାର ମହାରଣାଙ୍କୁ ଭଞ୍ଜନଗର ଅତିରିକ୍ତ ଉପଜିଲାପାଳ ଭାବେ ବଦଳି କରାଯାଇଛି।
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…
ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ
ଭୁବନେଶ୍ୱର, ୩।୪(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
Archives

