ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ରୀନା ମହାପାତ୍ରଙ୍କୁ ଡବ୍ଲ୍ୟୁଓ ସିଡି ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଭଦ୍ରକ ପିଡି, ଡିଆର୍‌ଡିଏ ଇନ୍ଦ୍ରମଣି ନାଏକ ପରିବହନ ବିଭାଗର ଅତିରିକ୍ତ କମିଶନର ହୋଇଛନ୍ତି। ବଲାଙ୍ଗୀର ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲଗୁରିଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। କେନ୍ଦୁଝର ଜିଲା ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟଙ୍କୁ ଭଦ୍ରକ ପିଡି, ଡିଆର୍‌ଡିଏ ଭାବେ ନିଯୁକ୍ତି ମିଳିଛି। ବଲାଙ୍ଗୀର ଉପଜିଲାପାଳ ଲମ୍ବୋଦର ଧାରୁଅଙ୍କୁ ବଲାଙ୍ଗୀର ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଖୋର୍ଦ୍ଧା ଏପିଡି, ଡିଆର୍‌ଡିଏ ଶକ୍ତିକାନ୍ତ ରାଏଙ୍କୁ ଓଟିଡିସି ଜେନେରାଲ ମ୍ୟାନେଜର ଦାୟିତ୍ୱ ଦିଆଯାଇଛି। ପଞ୍ଚାୟତିରାଜ ଏବଂ ପିଇବା ପାଣି ବିଭାଗ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତି ଓଡ଼ିଆ ଭାଷା, ସଂସ୍କୃତି ବିଭାଗ ଯୁଗ୍ମ ସଚିବ ହୋଇଛନ୍ତି। କୁମାର ନାଗଭୂଷଣଙ୍କୁ ବଲାଙ୍ଗୀର ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ତେବେ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ ହେବା ପର୍ଯ୍ୟନ୍ତ ନାଗଭୂଷଣ ତାଙ୍କ ପୁରୁଣା ଦାୟିତ୍ୱ ଲୋୟର ସୁକତେଲ ଜଳ ସମ୍ପଦ ପ୍ରକଳ୍ପର ସ୍ପେଶାଲ ଏଲ୍‌ଏଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଝାରସୁଗୁଡ଼ା ଏପିଡି, ପିଡି ଡିଆର୍‌ଡିଏ ସୁକାନ୍ତ ମାଝିଙ୍କୁ ଚମ୍ପୁଆ ଉପଜିଲାପାଳ କରାଯାଇଛି। ତାରାଣି ସୁନାଙ୍କୁ ଆଠମଲ୍ଲିକ ଉପଜିଲାପାଳ ଭାବେ ଦାୟିତ୍ୱ ମିଳିଛି। ଆନନ୍ଦପୁର ତହସିଲଦାର ତପନ କୁମାର ମଲ୍ଲିକଙ୍କୁ କେନ୍ଦୁଝର ପିଏ, ଆଇଟିଡିଏରେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri