ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ରୀନା ମହାପାତ୍ରଙ୍କୁ ଡବ୍ଲ୍ୟୁଓ ସିଡି ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଭଦ୍ରକ ପିଡି, ଡିଆର୍‌ଡିଏ ଇନ୍ଦ୍ରମଣି ନାଏକ ପରିବହନ ବିଭାଗର ଅତିରିକ୍ତ କମିଶନର ହୋଇଛନ୍ତି। ବଲାଙ୍ଗୀର ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲଗୁରିଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। କେନ୍ଦୁଝର ଜିଲା ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟଙ୍କୁ ଭଦ୍ରକ ପିଡି, ଡିଆର୍‌ଡିଏ ଭାବେ ନିଯୁକ୍ତି ମିଳିଛି। ବଲାଙ୍ଗୀର ଉପଜିଲାପାଳ ଲମ୍ବୋଦର ଧାରୁଅଙ୍କୁ ବଲାଙ୍ଗୀର ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଖୋର୍ଦ୍ଧା ଏପିଡି, ଡିଆର୍‌ଡିଏ ଶକ୍ତିକାନ୍ତ ରାଏଙ୍କୁ ଓଟିଡିସି ଜେନେରାଲ ମ୍ୟାନେଜର ଦାୟିତ୍ୱ ଦିଆଯାଇଛି। ପଞ୍ଚାୟତିରାଜ ଏବଂ ପିଇବା ପାଣି ବିଭାଗ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତି ଓଡ଼ିଆ ଭାଷା, ସଂସ୍କୃତି ବିଭାଗ ଯୁଗ୍ମ ସଚିବ ହୋଇଛନ୍ତି। କୁମାର ନାଗଭୂଷଣଙ୍କୁ ବଲାଙ୍ଗୀର ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ତେବେ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ ହେବା ପର୍ଯ୍ୟନ୍ତ ନାଗଭୂଷଣ ତାଙ୍କ ପୁରୁଣା ଦାୟିତ୍ୱ ଲୋୟର ସୁକତେଲ ଜଳ ସମ୍ପଦ ପ୍ରକଳ୍ପର ସ୍ପେଶାଲ ଏଲ୍‌ଏଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଝାରସୁଗୁଡ଼ା ଏପିଡି, ପିଡି ଡିଆର୍‌ଡିଏ ସୁକାନ୍ତ ମାଝିଙ୍କୁ ଚମ୍ପୁଆ ଉପଜିଲାପାଳ କରାଯାଇଛି। ତାରାଣି ସୁନାଙ୍କୁ ଆଠମଲ୍ଲିକ ଉପଜିଲାପାଳ ଭାବେ ଦାୟିତ୍ୱ ମିଳିଛି। ଆନନ୍ଦପୁର ତହସିଲଦାର ତପନ କୁମାର ମଲ୍ଲିକଙ୍କୁ କେନ୍ଦୁଝର ପିଏ, ଆଇଟିଡିଏରେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri