ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟର ମୋଟ ୧୩୯ ଓଏଏସ୍‌ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ବାଲେଶ୍ୱର ଆସିଷ୍ଟାଣ୍ଟ କଲେକ୍ଟର ଗଦାଧର ଧଳ ବଡ଼ସାହି ତହସିଲଦାର ଭାବେ ନିଯୁକ୍ତି ପାଇଛନ୍ତି। ବାରଙ୍ଗ ସବ୍‌ରେଜିଷ୍ଟ୍ରାର ନିରଞ୍ଜନ ପରିଡ଼ାଙ୍କୁ ବରୀ ତହସିଲଦାର ଭାବେ ନିଯୁକ୍ତି ମିଳିଛି। ରେଙ୍ଗାଲି ଆଡିସନାଲ ତହସିଲଦାର ନେପାଳ ଚନ୍ଦ୍ର ମୁଣ୍ଡାଙ୍କୁ ଭେଡେନ ତହସିଲଦାର, ପୁରୀ ଅତିରିକ୍ତ ତହସିଲଦାର ସୁଶାନ୍ତ କୁମାର ପଟ୍ଟନାୟକଙ୍କୁ ସେହି ଜିଲାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି। ଛତ୍ରପୁର ଅତିରିକ୍ତ ତହସିଲଦାର ଜସ୍ମିନ କୁମାର ପ୍ରଧାନଙ୍କୁ ଗଞ୍ଜାମ ବିଡିଓ ଭାବେ ନିଯୁକ୍ତି ମିଳିଛି। ମାର୍ଶାଘାଇ ସବ୍‌ରେଜିଷ୍ଟ୍ରାର ଅମିୟ କୁମାର ସ୍ବାଇଁଙ୍କୁ ମାର୍ଶାଘାଇ ତହସିଲଦାର ଭାବେ ନିଯୁକ୍ତି ମିଳିଛି। ଟିଟିଲାଗଡ଼ ଅତିରିକ୍ତ ତହସିଲଦାର କର୍ଣ୍ଣ ମଲିକଙ୍କୁ କଣ୍ଟାମାଳ ତହସିଲଦାର କରାଯାଇଛି। ସେହିପରି ରାଜ୍ୟ ସରକାର ମୋଟ ୧୩୯ ଜଣଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri