ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟ ସରକାର ଓ ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୯ ଜଣ (ଓଏଏସ୍‌) ଅଫିସରଙ୍କ ବଦଳି କରାଯାଇଛି । ଝାରସୁଗୁଡ଼ା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) କମିଶନର ଭାବେ ବଦଳି କରାଯାଇଛି। କୋରାପୁଟ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର କୁମାର ନାୟକଙ୍କୁ ଏସ୍‌ଏମ୍‌ସି କମିଶନର ଭାବେ ହୋଇଥିବା ବଦଳିକୁ ବାତିଲ କରି ଦିଆଯାଇଛି। ପ୍ରବୀରଙ୍କୁ ଝାରସୁଗୁଡ଼ା ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତି ମିଳିଛି।

ସେହିପରି ସ୍ନିଗ୍ଧାରାଣୀ ଧଳଙ୍କୁ ଢେଙ୍କାନାଳ ଉପଜିଲାପାଳ, ଅନିତା ପାତ୍ରଙ୍କୁ କଟକ ମହାନଗର ନିଗମ ଯୁଗ୍ମ କମିଶନର, ଜୟଶ୍ରୀ ମଲ୍ଲିକଙ୍କୁ ଚମ୍ପୁଆର ଆଇଡିଟିଏ ପିଏ, ସୁଶାନ୍ତ କୁମାର ପତିଙ୍କୁ ଅନୁଗୋଳ ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ରଶ୍ମିରେଖା ଦାସଙ୍କୁ ପୁରୀ ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ବୈତୁରା ଦୀପଙ୍କୁ ଅନୁଗୋଳ ଅତିରିକ୍ତ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଅତସୀ ଦାସଙ୍କୁ ଆଦିବାସୀ ଉନ୍ନୟନ ସମବାୟ ନିଗମରେ ନିଯୁକ୍ତି ପାଇଁ ଅନୁସୂଚିତ ଜାତି, ଜନଜାତି ଉନ୍ନୟନ ବିଭାଗକୁ ଡେପୁଟେଶନରେ ପଠାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri