ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ୬ ଜଣ ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି ।

କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ (ସିଏମସି)ର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି। ପୂର୍ବରୁ ସେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର (ଆଡମିନିଷ୍ଟ୍ରେଶନ) ଭାବେ କାର୍ଯ୍ୟ କରୁଥିଲେ।

ଅନ୍ୟପକ୍ଷରେ କଟକ ମହାନଗର ନିଗମ (ସିଏମ୍‌ସି)ରେ ଅତିରିକ୍ତ କମିଶନର ଭାବେ କାର୍ଯ୍ୟ କରୁଥିବା ଓଏଏସ୍‌ ଅଫିସର ଅବିନାଶ ରାଉତଙ୍କୁ ଏସ୍‌ସିବି ରେଜିଷ୍ଟ୍ରାର (ଆଡମିନିଷ୍ଟ୍ରେଶନ) ଭାବେ ବଦଳି କରାଯାଇଛି।

ସେହିପରି ମୟୂରଭଞ୍ଜ ବିଜିତଳାରେ ବିଡିଓ ଥିବା ତ୍ରିନାଥ ମାଝିଙ୍କୁ ମାଲକାନଗିରି ଆଇଟିଡିଏର ପିଏ ଭାବେ ବଦଳି କରାଯାଇଛି। ଗଞ୍ଜାମ ଜିଲା ଚିକିଟି ବିଡିଓ ଫାଲ୍ଗୁନୀ ମାଝିଙ୍କୁ ଗଜପତି ଆଇଟିଡିଏର ପିଏ ଭାବେ ନିଯୁକ୍ତି ଦିଆଯାଇଛି।

ପାରଳାଖେମୁଣ୍ଡି ସବ୍‌କଲେକ୍ଟର ଦିଲୀପ କୁମାର ମହାରଣାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଓଏସ୍‌ଡି ଭାବେ ବଦଳି କରାଯାଇଛି।

ମାଲକାନଗିରି ଆଇଟିଡିଏ ପିଏ ଭାବେ କାର୍ଯ୍ୟରତ ଥିବା କ୍ଷୀରାବ୍ଦୀ ବେହେରାଙ୍କୁ ମାଲକାନଗିରି ଡିଆରଡିଏକୁ ଅତିରିକ୍ତ ପିଡି (ଆଡମିନିଷ୍ଟ୍ରେଶନ) ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri