ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଭଞ୍ଜନଗର ଉପଜିଲାପାଳ ତଥା ବରିଷ୍ଠ ଓଏଏସ ରାଜେନ୍ଦ୍ର ମିଞ୍ଜଙ୍କୁ ପଦୋନ୍ନତି ଦେଇ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜର ପ୍ରଶାସନିକ ଭାବେ ବଦଳି କରାଯାଇଛି। ସେହିପରି ଗଞ୍ଜାମ ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ରାୟଙ୍କୁ ଭଞ୍ଜନଗର ଉପଜିଲାପାଳ ଭାବେ ବଦଳି ହୋଇଥିବା ବେଳେ ରଙ୍ଗେଇଲୁଣ୍ଡା ବିଡିଓ ପ୍ରସନ୍ନ କୁମାର ପାତ୍ରଙ୍କୁ ଗଞ୍ଜାମ ଜିଲା ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।
ସେହିପରି କଟକରେ ଅବକାରୀ ଡେପୁଟି କମିଶନର ରାମଚନ୍ଦ୍ର ପାଲଟାଙ୍କୁ ପଦୋନ୍ନତି ଦିଆଯାଇ ସେଠାରେ କାର୍ଯ୍ୟ କରିବାକୁ କୁହାଯାଇଛି । ବରିଷ୍ଠ ଓଏଏସ୍‌ ସୁଦାମ ଚରଣ ମଣ୍ଡଳଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶ୍ରୀ ମଣ୍ଡଳ ଏବେ ଶିଳ୍ପ(କେଭିଆଇ)ର ଅତିରିକ୍ତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ତାଙ୍କୁ ଅତିରିକ୍ତ ଭାବେ ନୂଆ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri