ଓଏଏସସ୍ତରରେ ଅଦଳବଦଳ: କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ୍‌ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ ବଦଳି କରାଯାଇଥିବା ବେଳେ ବରିଷ୍ଠ ଓଏଏସ ଅଫିସର ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ସୂଚନା ଅନୁସାରେ, ଗତବର୍ଷ ଜୁନ ୯ ତାରିଖରେ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ଓ ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଥିଲେ । ଷଡ଼ଙ୍ଗୀ ତତକାଳୀନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ବ୍ୟକ୍ତିଗତ ସଚିବ ଭାବେ କାମ କରୁଥିବାବେଳେ ତାଙ୍କୁ ମଦ ନିଗମ ଦାୟିତ୍ୱ ମିଳିଥିଲା । ସେହିପରି ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । କ୍ରୁଟ ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ରଙ୍କୁ କାଜୁ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱର ଉପଜିଲାପାଳ ନିବେଦିତା ବିଶ୍ୱାଳ ଶ୍ରମ ଓ ଇଏସଆଇ ବିଭାଗର ଯୁଗ୍ମ ସଚିବ ହେବେ । ବିଶ୍ୱାଳଙ୍କୁ ଓଡ଼ିଶା ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ବୋର୍ଡର ଓଏସଡି ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri