Posted inରାଜ୍ୟ

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ଜଳ ସମ୍ପଦ ବିଭାଗ ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଅଫିସର କମଳଲୋଚନ ମିଶ୍ରଙ୍କୁ ଓସ୍‌ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଭାବେ ବଦଳି କରାଯାଇଛି। ଅତିରିକ୍ତ ରିଲିଫ କମିଶନର ଭାବେ ସେ ଏହି ଦାୟିତ୍ୱ ତୁଲାଇବେ। ସେହିପରି ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆର୍‌ଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆର୍‌ଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲାପାଳ, ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ବେରେଜ ବୋର୍ଡ ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ଲଲାଟ କୁମାର ଲୁହାଙ୍କୁ ସୁନ୍ଦରଗଡ଼ ଜିଲା ବଣାଇ ଆଇଟିଡିଏ ପିଏ, ଅଶ୍ୱିନୀ କୁମାର ମେହେରଙ୍କୁ ବୌଦ୍ଧ ଉପଜିଲାପାଳ, ସରୋଜିନୀ ପ୍ରସନ୍ନ କୁଲ୍ଲୁଙ୍କୁ ସୁନ୍ଦରଗଡ଼ ଅତିରିକ୍ତ ଉପଜିଲାପାଳ, ସରୋଜ କୁମାର ଦାଶଙ୍କୁ ଛତ୍ରପୁରର ଅତିରିକ୍ତ ଉପଜିଲାପାଳ ଏବଂ ରଶ୍ମିରେଖା ସ୍ବାଇଁଙ୍କୁ ବୋର୍ଡ ଅଫ୍‌ ରେଭିନ୍ୟୁରେ ଉପସଚିବ ଭାବେ ବଦଳିକରାଯାଇଛି। ସେହିପରି ବଡ଼ସାହି ବିଡିଓ ଦିଲୀପ କୁମାର ମହାରଣାଙ୍କୁ ଭଞ୍ଜନଗର ଅତିରିକ୍ତ ଉପଜିଲାପାଳ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri