ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ପାଠ ପଢ଼ିବା ପାଇଁ ଛୁଟିରେ ଥିବା ୨୦୧୦ ଆଇଏଏସ୍‌ ଅଫିସର ମାନ୍‌ସୀ ନିମ୍ଭାଲଙ୍କୁ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏହାସହ ତାଙ୍କୁ ଅତିରିକ୍ତ ଭାବେ ରାଜ୍ୟ ପର୍ଯ୍ୟଟନ, ଉନ୍ନୟନ କର୍ପୋରେଶନର ମ୍ୟାନେଜିଂ ଡାଇରେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସମର୍ଥ ବର୍ମାଙ୍କୁ ଟେକ୍ନିକାଲ୍‌ ଏଜୁକେଶନ ଆଣ୍ଡ ଟ୍ରେନିଂର ନିର୍ଦ୍ଦେଶକ ଏବଂ ଅତିରିକ୍ତ ଭାବେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ଏମ୍‌ଡି ଭାବେ ଦାୟିତ୍ୱ ମିଳିଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଓଏଏସ୍‌ ଅଫିସର ଜ୍ୟୋତିର୍ମୟୀ ପ୍ରଧାନଙ୍କୁ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରବୀଣ କୁମାର ନାଏକଙ୍କୁ ଗଜପତି ଜିଲା ଏଡିଏମ୍‌, ସରୋଜ କୁମାର ସାହୁଙ୍କୁ ଅତିରିକ୍ତ ଏସ୍‌ଆର୍‌ସି, ସୁଚାରୁ କୁମାର ବଳଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିଭଳି ୧୮ଜଣ ଅନ୍ୟ ଓଏଏସ୍‌ ଅଫିସର୍‌ମାନଙ୍କୁ ସରକାର ବିଭିନ୍ନ ପଦପଦବୀରେ ଅବସ୍ଥାପିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri