ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ପାଠ ପଢ଼ିବା ପାଇଁ ଛୁଟିରେ ଥିବା ୨୦୧୦ ଆଇଏଏସ୍‌ ଅଫିସର ମାନ୍‌ସୀ ନିମ୍ଭାଲଙ୍କୁ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏହାସହ ତାଙ୍କୁ ଅତିରିକ୍ତ ଭାବେ ରାଜ୍ୟ ପର୍ଯ୍ୟଟନ, ଉନ୍ନୟନ କର୍ପୋରେଶନର ମ୍ୟାନେଜିଂ ଡାଇରେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସମର୍ଥ ବର୍ମାଙ୍କୁ ଟେକ୍ନିକାଲ୍‌ ଏଜୁକେଶନ ଆଣ୍ଡ ଟ୍ରେନିଂର ନିର୍ଦ୍ଦେଶକ ଏବଂ ଅତିରିକ୍ତ ଭାବେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ଏମ୍‌ଡି ଭାବେ ଦାୟିତ୍ୱ ମିଳିଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଓଏଏସ୍‌ ଅଫିସର ଜ୍ୟୋତିର୍ମୟୀ ପ୍ରଧାନଙ୍କୁ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରବୀଣ କୁମାର ନାଏକଙ୍କୁ ଗଜପତି ଜିଲା ଏଡିଏମ୍‌, ସରୋଜ କୁମାର ସାହୁଙ୍କୁ ଅତିରିକ୍ତ ଏସ୍‌ଆର୍‌ସି, ସୁଚାରୁ କୁମାର ବଳଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିଭଳି ୧୮ଜଣ ଅନ୍ୟ ଓଏଏସ୍‌ ଅଫିସର୍‌ମାନଙ୍କୁ ସରକାର ବିଭିନ୍ନ ପଦପଦବୀରେ ଅବସ୍ଥାପିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri