Posted inରାଜ୍ୟ

ପରାଗ ଗୁପ୍ତା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ: ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ ଆଇଏଏସ୍‌ ଅଫିସର ପରାଗ ଗୁପ୍ତାଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଇସ୍ପାତ୍‌ ଓ ଖଣି ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥନନଙ୍କୁ କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଟିଡିକଲ୍‌ ଏମ୍‌ଡି ମାନସୀ ନିମ୍ଭାଲଙ୍କୁ ଓଏସ୍‌ଏମ୍‌ଏବୋର୍ଡର ମେମ୍ବର ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଛି। ଯୋଜନା ଓ ସଂଯୋଜନ ବିଭାଗ ଡେପୁଟି ସେକ୍ରେଟାରି ୟେଦୁଲା ବିଜୟଙ୍କୁ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଓରେଡା)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri