ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଭୁବନେଶ୍ୱର, କଟକ ଡିସିପିଙ୍କୁ ବଦଳି କରାଯାଇଛି। ୧୯୮୮ ବ୍ୟାଚର ଆଇପିଏସ୍‌ ଅଫିସର ତଥା ଏସ୍‌ଏପି ସ୍ପେଶାଲ ଡିଜିପି ମନୋଜ ଛାବ୍ରାଙ୍କୁ ଜେଲ୍‌ ବିଭାଗ ଡିଜି ଭାବେ ବଦଳି କରାଯାଇଛି। ସେହିପରି ଜେଲ୍‌ ଡିଜି ଥିବା ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ଅଗ୍ନିଶମ ସେବା ଡିଜି ଭାବେ ବଦଳି କରାଯାଇଥିବା ବେଳେ କ୍ରାଇମବ୍ରାଞ୍ଚ ଏଡିଜି ଥିବା ୧୯୯୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୀବ ପଣ୍ଡାଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ, ୧୯୯୬ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ତଥା ପରିବହନ କମିଶନର ଅରୁଣ ବୋଥ୍ରାଙ୍କୁ କ୍ରାଇମ୍‌ବ୍ରାଞ୍ଚ ଏଡିଜି ଭାବେ ବଦଳି କରାଯାଇଛି । ୨୦୦୨ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଏସ.କେ. ଈଶ୍ୱରଦାସ ଗଜଭିୟେଙ୍କୁ ଆଇଜିପି କମ୍ୟୁନିକେଶନ୍‌ ଭାବେ ବଦଳି କରାଯାଇଥିବା ବେଳେ ୨୦୦୩ ବ୍ୟାଚ ଆଇପିଏସ୍‌ ଅଫିସର ତଥା ହୋମଗାର୍ଡ ଡିଜି ଥିବା ଶଫିନ ଅହମଦଙ୍କୁ ଆଇଜିପି, ଏଚ୍‌ଆରପିସି, ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସଙ୍କୁ କମିଶନରେଟ୍‌ ପୋଲିସର ଅତିରିକ୍ତ ସିପି ଦାୟିତ୍ୱ ଦିଆଯାଇଛି । କଟକ ଡିସିପି ପ୍ରତୀକ ସିଂଙ୍କୁ ଭୁବନେଶ୍ୱର ଡିସିପି ଭାବେ ବଦଳି କରାଯାଇଛି। ଆଡିଶନାଲ ସିପି ନୀତି ଶେଖରଙ୍କୁ ରାଉରକେଲା ଡବ୍ଲ୍ୟୁଆର ଡିଆଇଜି ଭାବେ ବଦଳି କରାଯାଇଥିବା ବେଳେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କୁ କଟକ ଡିସିପି ଭାବେ ବଦଳି କରାଯାଇଛି। ନବରଙ୍ଗପୁର ଏସ୍‌ପି ପରମାର ସ୍ମିତ ପାରସୋତ୍ତମଦାସଙ୍କୁ ବରଗଡ଼ ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ବରଗଡ଼ ଏସ୍‌ପି ରାହୁଲ ଜୈନଙ୍କୁ ଝାରସୁଗୁଡ଼ା ଏସ୍‌ପି , କଳାହାଣ୍ଡି ଏସ୍‌ପି ଡକ୍ଟର ସର୍ଭଣ ବିବେକଙ୍କୁ ବ୍ରହ୍ମପୁର ଏସ୍‌ପି ଭାବେ ବଦଳି କରାଯାଇଛି । ନୟାଗଡ଼ ଏସ୍‌ପି ସିଦ୍ଧାର୍ଥ କଟରିଆଙ୍କୁ ଖୋର୍ଦ୍ଧା ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱର ଟ୍ରାଫିକ୍‌ ଡିସିପି ଏସ. ସୁଶ୍ରୀଙ୍କୁ ନବରଙ୍ଗପୁର ଏସ୍‌ପି, ଏସ୍‌ଟିଏଫ୍‌ ନାର୍କୋଟିକ ଏସ୍‌ପି ଅଭିଳାଷ ଜିଙ୍କୁ କଳାହାଣ୍ଡି ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ଖୋର୍ଦ୍ଧା ଏସ୍‌ପି ଅଲେଖ ପହିଙ୍କୁ ନୟାଗଡ଼ ଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri