ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଭୁବନେଶ୍ୱର, କଟକ ଡିସିପିଙ୍କୁ ବଦଳି କରାଯାଇଛି। ୧୯୮୮ ବ୍ୟାଚର ଆଇପିଏସ୍‌ ଅଫିସର ତଥା ଏସ୍‌ଏପି ସ୍ପେଶାଲ ଡିଜିପି ମନୋଜ ଛାବ୍ରାଙ୍କୁ ଜେଲ୍‌ ବିଭାଗ ଡିଜି ଭାବେ ବଦଳି କରାଯାଇଛି। ସେହିପରି ଜେଲ୍‌ ଡିଜି ଥିବା ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ଅଗ୍ନିଶମ ସେବା ଡିଜି ଭାବେ ବଦଳି କରାଯାଇଥିବା ବେଳେ କ୍ରାଇମବ୍ରାଞ୍ଚ ଏଡିଜି ଥିବା ୧୯୯୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୀବ ପଣ୍ଡାଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ, ୧୯୯୬ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ତଥା ପରିବହନ କମିଶନର ଅରୁଣ ବୋଥ୍ରାଙ୍କୁ କ୍ରାଇମ୍‌ବ୍ରାଞ୍ଚ ଏଡିଜି ଭାବେ ବଦଳି କରାଯାଇଛି । ୨୦୦୨ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଏସ.କେ. ଈଶ୍ୱରଦାସ ଗଜଭିୟେଙ୍କୁ ଆଇଜିପି କମ୍ୟୁନିକେଶନ୍‌ ଭାବେ ବଦଳି କରାଯାଇଥିବା ବେଳେ ୨୦୦୩ ବ୍ୟାଚ ଆଇପିଏସ୍‌ ଅଫିସର ତଥା ହୋମଗାର୍ଡ ଡିଜି ଥିବା ଶଫିନ ଅହମଦଙ୍କୁ ଆଇଜିପି, ଏଚ୍‌ଆରପିସି, ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସଙ୍କୁ କମିଶନରେଟ୍‌ ପୋଲିସର ଅତିରିକ୍ତ ସିପି ଦାୟିତ୍ୱ ଦିଆଯାଇଛି । କଟକ ଡିସିପି ପ୍ରତୀକ ସିଂଙ୍କୁ ଭୁବନେଶ୍ୱର ଡିସିପି ଭାବେ ବଦଳି କରାଯାଇଛି। ଆଡିଶନାଲ ସିପି ନୀତି ଶେଖରଙ୍କୁ ରାଉରକେଲା ଡବ୍ଲ୍ୟୁଆର ଡିଆଇଜି ଭାବେ ବଦଳି କରାଯାଇଥିବା ବେଳେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କୁ କଟକ ଡିସିପି ଭାବେ ବଦଳି କରାଯାଇଛି। ନବରଙ୍ଗପୁର ଏସ୍‌ପି ପରମାର ସ୍ମିତ ପାରସୋତ୍ତମଦାସଙ୍କୁ ବରଗଡ଼ ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ବରଗଡ଼ ଏସ୍‌ପି ରାହୁଲ ଜୈନଙ୍କୁ ଝାରସୁଗୁଡ଼ା ଏସ୍‌ପି , କଳାହାଣ୍ଡି ଏସ୍‌ପି ଡକ୍ଟର ସର୍ଭଣ ବିବେକଙ୍କୁ ବ୍ରହ୍ମପୁର ଏସ୍‌ପି ଭାବେ ବଦଳି କରାଯାଇଛି । ନୟାଗଡ଼ ଏସ୍‌ପି ସିଦ୍ଧାର୍ଥ କଟରିଆଙ୍କୁ ଖୋର୍ଦ୍ଧା ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱର ଟ୍ରାଫିକ୍‌ ଡିସିପି ଏସ. ସୁଶ୍ରୀଙ୍କୁ ନବରଙ୍ଗପୁର ଏସ୍‌ପି, ଏସ୍‌ଟିଏଫ୍‌ ନାର୍କୋଟିକ ଏସ୍‌ପି ଅଭିଳାଷ ଜିଙ୍କୁ କଳାହାଣ୍ଡି ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ଖୋର୍ଦ୍ଧା ଏସ୍‌ପି ଅଲେଖ ପହିଙ୍କୁ ନୟାଗଡ଼ ଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri