ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ କଟକସ୍ଥିତ ଆରଡିସି କାର୍ଯ୍ୟାଳୟର ଅତିରିକ୍ତ କମିଶନର ସେଟଲମେଣ୍ଟ ଆଣ୍ଡ କନ୍‌ସୋଲିଡେଶନ ଭାବେ ବଦଳି କରାଯାଇଥିବା ବେଳେ ଗଜପତି ପିଡି ଡିଆରଡିଏ ମହେଶ୍ୱର ଚନ୍ଦ୍ର ନାୟକଙ୍କୁ ମାଲକାନଗିରି ଏଡିଏମ୍‌, ଅନୁଗୋଳ ଓଏମ୍‌ସି ଆଞ୍ଚଳିକ କାର୍ଯ୍ୟାଳୟର ସ୍ପେଶାଲ ଏଲ୍‌ଏଓ(ବୈତରଣୀ ଓ୍ବେଷ୍ଟ କୋଲ୍‌ ବ୍ଲକ) ରୋମାଞ୍ଚଳ ଖମାରିଙ୍କୁ ଗଜପତି ପିଡି ଡିଆରଡିଏ ଭାବେ ବଦଳି କରାଯାଇଛି। ସେହିପରି କେନ୍ଦୁଝର ଉପଜିଲାପାଳ ସୋନା ଟୁଡୁଙ୍କୁ କେନ୍ଦୁଝରର ଅତିରିକ୍ତ ଉପଜିଲାପାଳ, ଆନନ୍ଦପୁର ଉପଜିଲାପାଳ ଗୋପୀନାଥ କୁଅଁରଙ୍କୁ ଯାଜପୁର ଉପଜିଲାପାଳ, ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କୁ ଆନନ୍ଦପୁର ଉପଜିଲାପାଳ, ଓଏଲ୍‌ଏଲ୍‌ ଆଣ୍ଡ ସି ଡେପୁଟି ସେକ୍ରେଟାରି ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ଖଦି ଓ ଗ୍ରାମ୍ୟୋଦ୍ୟୋଗ ବୋର୍ଡ ଡେପୁଟି ସେକ୍ରେଟାରି, ବୋର୍ଡ ଅଫ୍‌ ରେଭିନ୍ୟୁର ଡେପୁଟି ସେକ୍ରେଟାରି ପ୍ରଭାତ କୁମାର ସାହୁଙ୍କୁ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନର ସେକ୍ରେଟାରି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri