Posted inରାଜ୍ୟ

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ ରଞ୍ଜନ ସାହୁଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଳଦି କରାଯାଇଛି। ଏଥିସହିତ ସେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ସେହିପରି ସମ୍ବଲପୁର ପିଡି ଡିଆରଡିଏ ସୁକାନ୍ତ ତ୍ରିପାଠୀଙ୍କୁ ସମ୍ବଲପୁର ବନ୍ଦୋବସ୍ତ ଅତିରକ୍ତ କମିଶନର ଭାବେ ବଦଳି କରାଯାଇଥିବା ବେଳେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର ଦିଲୀପ କୁମାର ବଳଙ୍କୁ ସମ୍ବଲପୁର ପିଡି ଡିଆରଡିଏ, ମୟୂରଭଞ୍ଜ ଏଡିଏମ୍‌ ପ୍ରକାଶ ବେହେରାଙ୍କୁ ସାଧାରଣ ପ୍ରଶାସନ ବିଭାଗର ରେଣ୍ଟ ଅଫିସର, ବୌଦ୍ଧ ଏଡିଏମ୍‌ ଏନ୍‌.ସି. ଜ୍ୟୋତିରଞ୍ଜନ ନାୟକଙ୍କୁ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ମ୍ୟାନେଜର, ରାୟଗଡ଼ା ପିଡି ଡିଆରଡିଏ ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ସୁନ୍ଦରଗଡ଼ ଏଡିଏମ୍‌, ବୌଦ୍ଧ ଡିଆରଡିଏ ଏପିଡି ବବିତା ରାଣୀ ଦଳବେହେରାଙ୍କୁ ବୌଦ୍ଧ ଏଡିଏମ୍‌ ଭାବେ ବଦଳି କରାଯାଇଛି। ପାନପୋଷ ଅତିରିକ୍ତ ଉପଜିଲାପାଳ ରୀତା ଡାଙ୍ଗଙ୍କୁ ସୁନ୍ଦରଗଡ଼ ଡୁଡା ପିଡି ଭାବେ ବଦଳି କରାଯାଇଥିବା ବେଳେ ବୌଦ୍ଧ ଉପଜିଲାପାଳ ଅଶ୍ୱିନୀ କୁମାର ମେହେରଙ୍କୁ ବୌଦ୍ଧ ପିଡି ଡିଆରଡିଏ, ବୌଦ୍ଧ ତହସିଲଦାର ସନତ କୁମାର ନାଏକଙ୍କୁ ବୌଦ୍ଧ ଉପଜିଲାପାଳ ଏବଂ କେନ୍ଦ୍ରାପଡ଼ା ଅତିରିକ୍ତ ଉପଜିଲାପାଳ ବିରଜା ପ୍ରସାଦ ରାଉତରାୟଙ୍କୁ କେନ୍ଦ୍ରାପଡ଼ା ସିଡିଏମ୍‌ଓ ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri