Posted inଜାତୀୟ

୨ ହଜାର ଟଙ୍କିଆ ନୋଟ ବଦଳାଇବା ନୁହେଁ ଜରୁରୀ ମାମଲା: ଶୁଣାଣି ପାଇଁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧।୬ : ପରିଚୟ ପତ୍ର ନ ଦେଖାଇ ୨ ହଜାର ଟଙ୍କିଆ ନୋଟ ବଦଳାଇବା ବିରୋଧରେ ଆବେଦନର ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟର ଅବକାଶ ବେଞ୍ଚ କହିଛନ୍ତି ଏହା ଏକ ଜରୁରୀ ମାମଲା ନୁହେଁ ଯାହା ତୁରନ୍ତ ଶୁଣାଣି ହେବା ଆବଶ୍ୟକ। ଗ୍ରୀଷ୍ମ ଛୁଟି ପରେ ଆବେଦନକାରୀ ପ୍ରଧାନ ବିଚାରପତିଙ୍କ ପାଖରେ ଏହାର ଶୁଣାଣି ପାଇଁ ଅନୁରୋଧ କରିବା ଉଚିତ। ଏହାପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀମାନେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ।

ଆବେଦନକାରୀ ଓକିଲ ଅଶ୍ୱିନୀ ଉପାଧ୍ୟାୟ ଆବେଦନରେ କହିଥିଲେ ପରିଚୟ ପତ୍ର ଯାଞ୍ଚ ନ କରି ନୋଟ ବଦଳାଇବା ଦ୍ୱାରା ଦୁର୍ନୀତିଗ୍ରସ୍ତ ତଥା ଜାତୀୟ ବିରୋଧୀ ଉପାଦାନ ଉପକୃତ ହେବେ। ମେ ୨୯ ରେ, ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି ଏହାକୁ ଏକ ନୀତିଗତ ବିଷୟ ବୋଲି କହିଥିଲେ। ସୁପ୍ରିମକୋର୍ଟର ଜଷ୍ଟିସ ସୁଦର୍ଶନ ଧୁଲିଆ ଏବଂ କେ.ଭି ବିଶ୍ୱନାଥନଙ୍କ ବେଞ୍ଚରେ ତାଙ୍କ ଆବେଦନକୁ ଉପସ୍ଥାପନ କରି ଉପାଧ୍ୟାୟ ଯୁକ୍ତି କରଥିଲେ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି ମନମୁଖୀ ଅଟେ। ଏହାକୁ ଅନୁମୋଦନ କରି ହାଇକୋର୍ଟ ଭୁଲ କରିଛନ୍ତି। କିନ୍ତୁ ବିଚାରପତିମାନେ ଉପାଧ୍ୟାୟଙ୍କ ଆବେଦନ ଶୁଣିବାକୁ ମନା କରିଦେଇଥିଲେ।

ଏହି ଆବେଦନରେ କୁହାଯାଇଥିଲା ଦୁର୍ନୀତି, ମାଫିଆ କିମ୍ବା ରାଷ୍ଟ୍ର ବିରୋଧୀ ଉପାଦନଙ୍କର ୩ ଲକ୍ଷ କୋଟିରୁ ଅଧିକ ମୂଲ୍ୟର ୩୨ ହଜାର ଟଙ୍କିଆ ନୋଟ ଥିବା ସମ୍ଭାବନା ରହିଛି। ଏପରି ପରିସ୍ଥିତିରେ, ପରିଚୟ ପତ୍ର ନ ଦେଖି ନୋଟ ବଦଳାଇବା ଦ୍ୱାରା ଏହିପରି ଉପାଦାନମାନେ ଉପକୃତ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri