Posted inଜାତୀୟ

୨ ହଜାର ଟଙ୍କିଆ ନୋଟ ବଦଳାଇବା ନୁହେଁ ଜରୁରୀ ମାମଲା: ଶୁଣାଣି ପାଇଁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧।୬ : ପରିଚୟ ପତ୍ର ନ ଦେଖାଇ ୨ ହଜାର ଟଙ୍କିଆ ନୋଟ ବଦଳାଇବା ବିରୋଧରେ ଆବେଦନର ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟର ଅବକାଶ ବେଞ୍ଚ କହିଛନ୍ତି ଏହା ଏକ ଜରୁରୀ ମାମଲା ନୁହେଁ ଯାହା ତୁରନ୍ତ ଶୁଣାଣି ହେବା ଆବଶ୍ୟକ। ଗ୍ରୀଷ୍ମ ଛୁଟି ପରେ ଆବେଦନକାରୀ ପ୍ରଧାନ ବିଚାରପତିଙ୍କ ପାଖରେ ଏହାର ଶୁଣାଣି ପାଇଁ ଅନୁରୋଧ କରିବା ଉଚିତ। ଏହାପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀମାନେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ।

ଆବେଦନକାରୀ ଓକିଲ ଅଶ୍ୱିନୀ ଉପାଧ୍ୟାୟ ଆବେଦନରେ କହିଥିଲେ ପରିଚୟ ପତ୍ର ଯାଞ୍ଚ ନ କରି ନୋଟ ବଦଳାଇବା ଦ୍ୱାରା ଦୁର୍ନୀତିଗ୍ରସ୍ତ ତଥା ଜାତୀୟ ବିରୋଧୀ ଉପାଦାନ ଉପକୃତ ହେବେ। ମେ ୨୯ ରେ, ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି ଏହାକୁ ଏକ ନୀତିଗତ ବିଷୟ ବୋଲି କହିଥିଲେ। ସୁପ୍ରିମକୋର୍ଟର ଜଷ୍ଟିସ ସୁଦର୍ଶନ ଧୁଲିଆ ଏବଂ କେ.ଭି ବିଶ୍ୱନାଥନଙ୍କ ବେଞ୍ଚରେ ତାଙ୍କ ଆବେଦନକୁ ଉପସ୍ଥାପନ କରି ଉପାଧ୍ୟାୟ ଯୁକ୍ତି କରଥିଲେ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି ମନମୁଖୀ ଅଟେ। ଏହାକୁ ଅନୁମୋଦନ କରି ହାଇକୋର୍ଟ ଭୁଲ କରିଛନ୍ତି। କିନ୍ତୁ ବିଚାରପତିମାନେ ଉପାଧ୍ୟାୟଙ୍କ ଆବେଦନ ଶୁଣିବାକୁ ମନା କରିଦେଇଥିଲେ।

ଏହି ଆବେଦନରେ କୁହାଯାଇଥିଲା ଦୁର୍ନୀତି, ମାଫିଆ କିମ୍ବା ରାଷ୍ଟ୍ର ବିରୋଧୀ ଉପାଦନଙ୍କର ୩ ଲକ୍ଷ କୋଟିରୁ ଅଧିକ ମୂଲ୍ୟର ୩୨ ହଜାର ଟଙ୍କିଆ ନୋଟ ଥିବା ସମ୍ଭାବନା ରହିଛି। ଏପରି ପରିସ୍ଥିତିରେ, ପରିଚୟ ପତ୍ର ନ ଦେଖି ନୋଟ ବଦଳାଇବା ଦ୍ୱାରା ଏହିପରି ଉପାଦାନମାନେ ଉପକୃତ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri