ବ୍ରାଉନସୁଗାର ଡିଲ୍‌ବେଳେ ଦମ୍ପତିଙ୍କୁ ମାଡିବସିଲା ଅବକାରୀ ବିଭାଗ: ୧୪୫ ଗ୍ରାମ ଧଳା ଜହର ଜବତ

ଭୋଗରାଇ,୩l୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜଳେଶ୍ୱର- ଚନ୍ଦନେଶ୍ୱର ୫୭ ନଂ ଜାତୀୟ ରାଜପଥ ଜଗନ୍ନାଥପୁର ଛକଠାରେ ବ୍ରାଉନସୁଗାର ବିକ୍ରି ଡିଲ ବେଳେ ଗୋପନୀୟ ସୂତ୍ରରୁ ଖବରପାଇ ବାଲେଶ୍ୱର ଅବକାରୀ ମୋବାଇଲଟିମ ଓ ଭୋଗରାଇ ଅବକାରୀ ବିଭାଗ ମିଳିତ ଭାବେ ଆକସ୍ମିକ ଚଢ଼ାଉକରି ଏକ ଦମ୍ପତି କୁ ଗିରଫ କରିବା ସହିତ ସେମାନଙ୍କ ଠାରୁ ୧୪୫ ଗ୍ରାମ ଓଜନର ଧଳା ଜହର ଜବତ କରିଛନ୍ତି l ଏହି ଧଳା ଜହରଙ୍‌ର ଆନୁମାନିକ ମୂଲ୍ୟ ୧୫ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛନ୍ତି। ଗିରଫ ହୋଇଥିବା ଦମ୍ପତି ହେଲେ ଜଗନ୍ନାଥପୁର ଗ୍ରାମର ରାଜୀବ ସାମଲ (୨୪) ଓ ତାଙ୍କ ସ୍ତ୍ରୀ ଜ୍ୟୋତିରାଣୀ ଭୂୟାଁ (୨୦)। ଏମାନଙ୍କ ବିରୋଧରେ ଅବକାରୀ ଥାନାରେ ମାମଲା ଋ଼ଜୁ କରାଯାଇ ପ୍ରାଥମିକ ତଦନ୍ତ ଜାରି ରହିଛି l ସୂଚନାନୁଯାୟୀ, ଗତବର୍ଷ ୨୩ l୧୨ରେ କମର୍ଦ୍ଦା ବଜାରରେ ଏମାନେ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଅବକାରୀ ବିଭାଗ ଓ ପୋଲିସ ସହିତ ସଂଘର୍ଷ କରି ଗିରଫ ହୋଇ ଜାମିନରେ ଆସିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri