ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।

ସୂଚନାଯୋଗ୍ୟ, କୋଇଡ଼ା ଥାନା ଅନ୍ତର୍ଗତ ଗତ ପୁଣ୍ଢି ପୋଖରୀ ଜଙ୍ଗଲ ଅଞ୍ଚଳରେ ଗଛ କାଟି ପ୍ରାୟ ୫ ଏକର ଜମିରେ ଅଫିମ ଚାଷ କରାଯାଇଥିଲା। ଯାହାକି ଗଛଗୁଡ଼ିକ ବଡ଼ ହୋଇ ଫୁଲ ମଧ୍ୟ ଆସି ଯାଇଥିଲା। କୌଣସି ସୂତ୍ରରୁ ରାଉରକେଲା ଏସ୍‌ପି ନିତେଶ ଓ୍ବାଧଓ୍ବାନୀଙ୍କ ନିର୍ଦ୍ଦେଶ କ୍ରମେ କୋଇଡା ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁ , କେ ବଲାଙ୍ଗ ଥାନା ଅଧିକାରୀ ଅଶୋକ ବେହେରା ଏବଂ ଅବକାରୀ ବିଭାଗ ମିଳିତରେ ଆଜି ଅଫିମ ଚାଷ ଉପରେ ଚଢ଼ାଉ କରିଥିଲେ। ଏହି ଚାଷ ପଛରେ ଓଡ଼ିଶାରୁ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପର୍ଯ୍ୟନ୍ତ ଚେର ଲମ୍ବି ଥିବା ପ୍ରାଥମିକ ତଦନ୍ତରୁ ଜାଣିବାକୁ ମିଳିଛି ବୋଲି ପୋଲିସ ପ୍ରକାଶ କରିଛି। ଦୁଇ ଜଣକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ଏଠାରେ ପ୍ରଶ୍ନ ଉଠେ ଏହି ଅଞ୍ଚଳରେ ହାତୀଙ୍କ ରାଜ ଚାଲିଛି। ହାତୀଙ୍କୁ ଘୋଉଡ଼ାଇବା ପାଇଁ ସ୍କ୍ବାଡ୍‌ ଗଠନ ହୋଇଛି। ଏତେ ଗଛ କାଟି ୫ ଏକର ଜାଗାରେ ଅଫିମ ଚାଷ ହେଲା ଜଙ୍ଗଲ ବିଭଗ ଜାଣି ପାରିଲା ନାହିଁ କେମିତି ଏହା ପଛରେ କି ରହସ୍ୟ ଲୁଚି ରହିଛି ତାହା ଲୋକଲୋଚନକୁ ଆସିବା ଦରକାର ବୋଲି କୋଇଡ଼ାବାସୀ ଦାବି କରିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri