ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ ବ୍ରଜମୋହନ ମଲ୍ଲିକ ଏବଂ ହାଟଡିହି ଅବକାରୀ ଥାନା ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଘଷିପୁରା ଥାନା ଵାଲିପାଳ ଓ ନନ୍ଦିପଦା ଥାନା ଅନ୍ତର୍ଗତ ଅଙରା, ପୁରୁଣା ପାଣି ଅଞ୍ଚଳରେ ଚଢ଼ାଉ କରାଯାଇଛି । ତେବେ ଚଢ଼ାଉ ସମୟରେ ୭ କ୍ବିଣ୍ଟାଲ ୨୦ କିଗ୍ରା ମହୁଲ ଫୁଲ ଓ ୧୭୨ଲିଟର ଦେଶୀ ରନ୍ଧା ମଦ ଓ ୨୨୦୦ ଲିଟର ମହୁଲ ପୋଚ ଜବତ କରିଵା ସହ ଏକ ମହିନ୍ଦ୍ରା ପିକପ୍ ଭ୍ୟାନ ଜବତ କରାଯାଇଛି ।

ଏହି ଘଟଣାରେ ଜର ଗ୍ରାମର ଅଜୟ ସାହୁ ଓ ଲଜଣ ପୁତି ଓ ହାଟଡିହି ଏରିଆରେ ଅଙରା ଗ୍ରାମର ଟୁନା ମୁଣ୍ଡା ଓ ବସନ୍ତ ମେନା ନାମରେ ୦୨ଗୋଟି ଅବକାରୀ ମାମଲା ଓ ରେଞ୍ଜ ପକ୍ଷରୁ ଗୋଟିଏ ଅବକାରୀ ମାମଲା ରୁଜୁ କରାଯାଇଛି । ଉକ୍ତ ଚଢ଼ାଉରେ ହାଟଡିହି ଅବକାରୀ ଥାନା ସହ ଉପ-ନିରୀକ୍ଷକ, ସୁଶାନ୍ତ ରାଉତ କନେଷ୍ଟବଳ ଜଗମୋହନ ବେହେରା, ଆରତୀ ବେହେରା, ସୁରେଶ ବେହେରାଙ୍କ ସହ ଅନ୍ୟ ଅଧିକାରୀମାନେ ସାମିଲ ଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri