ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ହରିହର ସିଂଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଲେଶ୍ୱର ସଦର-୨ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଭବେଶ ଦାସ ଓ ବସ୍ତା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଜଗନ୍ନାଥ ଭିତିରିଆ ଏପିଆର ଫୋର୍ସ ଓ ଅବକାରୀ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଏହି ଚଢାଉ କରିଥିଲେ ।

ବସ୍ତା ଥାନା ଅନ୍ତର୍ଗତ ଦରଡ଼ା, ଦାଣ୍ଡି ଓ ସିଂଲା ଥାନା ଅନ୍ତର୍ଗତ ମାଛରଙ୍କା, ଗିଲାଯୋଡ଼ି, ନାରକୁଦା ଓ ନାରାୟଣପାଟଣା ଏବଂ ବାଲିଆପାଳ ଥାନା ଅନ୍ତର୍ଗତ ବାଲିଆପାଳ ଗ୍ରାମରେ ଚଢ଼ାଉ କରାଯାଇ ୧୧୩୦ ଲିଟର ଦେଶୀ ମଦ ଓ ୪୦.୨୫୦ ଲିଟର ବିଅର ଜବତ କରିଛନ୍ତି ଏଥି ସହ ୧୦ ମଦ ବେପାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ଦରଡ଼ା ଗ୍ରାମର ରେଢ଼ା ମୁର୍ମୁ ଓ ତୁଳସୀମଣି ଗୋଛାୟତ, ଦାଣ୍ଡି ଗ୍ରାମର ସରସ୍ବତୀ ପଣ୍ଡା, ମାଛରଙ୍କା ଗ୍ରାମର ସପନ କୁମାର ବେହେରା, ନାରାୟଣପାଟଣା ଗ୍ରାମର ବିକର୍ତ୍ତନ ପାତ୍ର, ଗିଲାଯୋଡ଼ି ଗ୍ରାମର ବିବେକାନନ୍ଦ ଜେନା, ନାରକୁଦା ଗ୍ରାମର ଅମରେନ୍ଦ୍ର ଦାସ, ବାଲିଆପାଳ ଗ୍ରାମର ସପନ କୁମାର ମଣ୍ଡଳ, ମିଲନ କୁମାର ମଣ୍ଡଳ ଓ ନିରୁପମା ମଣ୍ଡଳ ।

ଜବତ ଦେଶୀ ଓ ବିଅରର ଆନୁମାନିକ ମୂଲ୍ୟ ୨ ଲକ୍ଷ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ସହ ଉପ-ନିରୀକ୍ଷକ ଲମ୍ବୋଦର ମହନ୍ତ, କନେଷ୍ଟବଳ ଦେବାଶିଷ ମଲ୍ଲିକ, ସେକ କରିମ, ସୁବୀରକାନ୍ତ ବେହେରା, ପଙ୍କଜ ମହାନ୍ତି, ନହାନ ମୁର୍ମୁ ପ୍ରମୁଖ ସାମିଲ ଥିଲେ । ଏନେଇ ଭ୍ରାମ୍ୟମାଣ ସ୍କ୍ୱାର୍ଡ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମୋଟ ୮ ଗୋଟି ପୃଥକ ପୃଥକ ମାମଲା ରୁଜ୍ଜୁ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?