ଜୁନାଗଡ଼ ସହରରେ ଅବକାରୀ ଚଢ଼ାଉ, ବିପୁଳ ନକଲି ବିଦେଶୀ ମଦ ସହ ୨ ଗିରଫ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ନକଲି ବିଦେଶୀ ମଦ ପ୍ରସ୍ତୁତ ହେଉଥିବା ଖବର ପାଇ ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଅତର୍କିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ସହରର ମେଡ଼ିକାଲ ଛକ ନିକଟିସ୍ଥ ସନ୍ତୋଷ ପଟ୍ଟନାୟକଙ୍କୁ ଘରୁ ୩୩ ଲିଟର ନକଲି ବିଦେଶୀ ମଦ ଜବତ ସହ ନକଲି ବିଦେଶୀ ମଦ ଠିପି ୯୮୮ଟି, ଖାଲି ବୋତଲ ୭୩, ଇଏଲ (ସରକାରୀ ଲୋଗୋ ଥିବା ଷ୍ଟିକର ୯୨୪ ଟି ଜବତ କରାଯାଇଥିଲା।

ଏହାକୁ ନେଇ ଜୁନାଗଡ଼ ଅବକାରୀ ଥାନାରେ ଏକ ମାମଲା ନଂ(୨୭୨/୨୫/୨୬) ରୁଜୁ ହୋଇଥିବାବେଳେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତ ସନ୍ତୋଷ ପଟ୍ଟନାୟକଙ୍କୁ ଗିରଫ କରାଯାଇଛି । ଅନ୍ୟପକ୍ଷରେ ଏହି ସମାନ ଘଟଣାରେ ହଣ୍ଡାଖାଲ ପଡାରୁ ରିଙ୍କୁ ମଙ୍ଗରାଜ (୨୮)ଙ୍କୁ ମଧ୍ୟ ଗିରଫ କରାଯାଇଛି । ଅଭିଯୁକ୍ତ ରିଙ୍କୁଙ୍କ ଭଡାଘରୁ ନକଲି ବିଦେଶୀ ମଦ ଠିପି ୧୩୩୩, ଖାଲି ବୋତଲ ୧୯, ଇଏଲ (ସରକାରୀ ଲୋଗୋ ଥିବା ଷ୍ଟିକର ହଜାରେଟି ଜବତ କରାଯାଇଥିଲା। ଜିଲା ଅବକାରୀ ଅଧ୍ୟକ୍ଷକ ରଞ୍ଜନ ନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉରେ ଧର୍ମଗଡ଼ ରେଞ୍ଜ ଇନ୍ସପେକ୍ଟର ଅରୁଣ କୁମାର ଯୋଶୀ ଓ ଜୁନାଗଡ଼ ଅବକାରୀ ସହକାରୀ ଇନ୍ସପେକ୍ଟର ଲକ୍ଷ୍ମୀପ୍ରିୟ ମଲ୍ଲିକ ପ୍ରମୁଖଙ୍କ ଉପସ୍ଥିତ ରହିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri