ଚୋରା ମଦ ଭାଟି ଉପରେ ଅଚାନକ ଚଢ଼ାଉ କଲା ଅବକାରୀ ବିଭାଗ: ମିଳିଲା ଏତେ ଟଙ୍କାର…

ଗୁଣପୁର, ୨।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ମାରିଗୁଡ଼ା ଗ୍ରାମରେ ଚାଲିଥିବା ଚୋରା ରନ୍ଧା ମଦ କାରବାର ଉପରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇ ୮ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନରେ ମୋଟ ୧୦ଟି ମାମଲା ରୁଜୁ କରାଯାଇଥିବା ବେଳେ ବହୁ ପରିମାଣର ଚୋରା ମଦ ଓ ମହୁଲ ପେଚ ନଷ୍ଟ କରାଯାଇଛି।

ରାୟଗଡ଼ା ଜିଲା ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳସାମନ୍ତକଙ୍କ ନିର୍ଦ୍ଦେଶକ୍ରମେ ଡିଏସଇ ଗୁଣପୁର ସଞ୍ଜିବ କୁମାର ବାର୍ଲି, ଅବକାରୀ ନିରୀକ୍ଷକ ବେଣୁଧର ସାମଲ ଓ ଗୁଣପୁର ପୋଲିସ ଦଳର ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଥିଲା। ଗୁଣପୁର ଅବକାରୀ ଉପନିରୀକ୍ଷକ ପି. ବିଶେଶ୍ୱର ରାଓ, ଉପନିରୀକ୍ଷକ ଲକ୍ଷ୍ମୀ ଦେବୀ ଏବଂ ଅବକାରୀ କର୍ମଚାରୀମାନେ ମିଳି ମାରିଗୁଡ଼ା ଗ୍ରାମରେ ଚୋରା ମଦ ରନ୍ଧା ହେଉଥିବା ସ୍ଥାନରେ ଅଚାନକ ଚଢ଼ାଉ କରିଥିଲେ।

ଚଢ଼ାଉ ସମୟରେ ୮,୦୦୦ ଲିଟର ଗୁଡ଼ ମିଶ୍ରିତ ମହୁଲ ପେଚ ଏବଂ ୧,୦୦୦ ଲିଟର ଚୋରା ରନ୍ଧା ମଦ ଜବତ କରି ନଷ୍ଟ କରାଯାଇଥିଲା। ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ପ୍ରାୟ ୬ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି।

ଏଥିସହ ଚୋରା ମଦ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ଆସବାବପତ୍ର ଓ ସରଞ୍ଜାମ ଜବତ କରାଯାଇ ଘଟଣାସ୍ଥଳରେ ନଷ୍ଟ କରାଯାଇଥିଲା। ଅବକାରୀ ବିଭାଗ ପକ୍ଷରୁ ଆଗାମୀ ଦିନରେ ଏଭଳି ଚୋରା ମଦ କାରବାର ବିରୋଧରେ ଅଧିକ କଡ଼ା ପଦକ୍ଷେପ ଜାରି ରହିବ ବୋଲି କୁହାଯାଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri