ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର  ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ତେବେ  ପ୍ରାୟ ୮ ହଜାର ୮୦୦ ଲିଟର ମଦ ପୋଚ ଓ ପ୍ରାୟ ୫ ଶହ ଲିଟର ମଦ ନଷ୍ଟ କରାଯିବା ସହ ୫୮୩ ଲିଟର ରନ୍ଧା ଦେଶୀମଦ ଓ ମଦ ରନ୍ଧା ସରଞ୍ଜାମ ଜବତ କରାଯାଇଛି । ମଦ ପ୍ରସ୍ତୁତି ଓ ଚୋରା ଚାଲାଣ ଅଭିଯୋଗରେ ପାଟପୁର ଥାନା ଖଣ୍ଡଦୋଳି ଗ୍ରାମର ପ୍ରଫୁଲ୍ଲ ବିଷୋୟୀ(୫୭),ପ୍ରମିଳା ବିଷୋୟୀ(୪୫) ଏବଂ ରାଜନାପଲ୍ଲୀ ଗ୍ରାମର ରମେଶ ବଳିୟାରସିଂ(୫୦) ଙ୍କୁ ଗିରଫ କରାଯାଇଥିଲା।

ଅଭିଯୁକ୍ତ ପ୍ରଫୁଲ୍ଲଙ୍କ ଠାରୁ ୬୦ ଲିଟର, ପ୍ରମିଳାଙ୍କ ଠାରୁ ୧୦ ଲିଟର ଏବଂ ରମେଶଙ୍କ ଠାରୁ ୧୩ ଲିଟର ବେଆଇନ ରନ୍ଧା ଦେଶୀମଦ ଜବତ କରାଯାଇଛି । ଦିଗପହଣ୍ଡି ଅବକାରୀ ଥାନା ମାମଲା ନଂ.୮୭/୨୬-୨୬,୮୮/୨୬-୨୭ ଏବଂ ୮୯/୨୬-୨୭ ଅନୁଯାୟୀ ୩ ଟି ମାମଲାରେ ଅଭିଯୁକ୍ତମାନଙ୍କୁ ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ ଚାଲାଣ କରାଯାଇଛି । ଅଭିଯୁକ୍ତ ପ୍ରଫୁଲ୍ଲ ଏବଂ ରମେଶ ଙ୍କ  ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ  ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି । ଅପରପକ୍ଷରେ ଅଭିଯୁକ୍ତା ପ୍ରମିଳାଙ୍କ ଜାମିନ ଆବେଦନ ମଞ୍ଜୁର ହୋଇଥିବାରୁ ତାଙ୍କୁ ଛାଡ଼ି ଦିଆଯାଇଛି । ଏହି ଚଢାଉ ଧରପଗଡରେ ଦିଗପହଣ୍ଡି ଅବକାରୀ ଥାନା ଓଆଇସି ସସ୍ମିତା ମଲ୍ଲିକ, ଏଏସଆଇ ଏନ୍.ତ୍ରିପତି, କନଷ୍ଟେବଳ ରାଜେଶ ଜେନା, ବଳରାମ ପାତ୍ର, ଏସ.କେ.ରାଜେଶ ଉଦ୍ଦିନ୍, ଆଲଫ ଲତା ସାହୁ, ଚିକିଟି ଅବକାରୀ ଥାନା ଓଆଇସି ସଞ୍ଜୟ ଭୁକ୍ତା, ଏଏସଆଇ ସୁଶାନ୍ତ କଅଁର, କନେଷ୍ଟବଳ ଗୋବିନ୍ଦ ବେହେରା, ପ୍ରଫୁଲ୍ଲ ବେହେରା, ସୂର୍ଯ୍ୟ ଜେନା ଏବଂ ଦିବ୍ୟ କଅଁର ସାମିଲ ଥିଲେ।

ଦୀର୍ଘଦିନ ହେଲା ସମ୍ପୃକ୍ତ ଦୁର୍ଗମ ଜଙ୍ଗଲରେ ମଦ ମାଫିଆମାନେ ଚୋରାରେ ବେଆଇନ ରନ୍ଧା ଦେଶୀମଦ ପ୍ରସ୍ତୁତ କରି ବିଭିନ୍ନ ସହରାଞ୍ଚଳ ଓ ଗ୍ରାମାଞ୍ଚଳମାନଙ୍କୁ ଚାଲାଣ କରୁଥିବା ଜଣାପଡିଛି ।ଗୋଇନ୍ଦା ସୂଚନାକୁ ଭିତ୍ତିକରିଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଭାବେ ଏହି ଚୋରା ମଦ କାରଖାନା ଉପରେ ଚଢାଉ କରାଯାଇଥିବା ଦିଗପହଣ୍ଡି ଅବକାରୀ ଓଆଇସି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?