ବିଷାକ୍ତ ମାଦକ ଦ୍ରବ୍ୟଠାରୁ ଦୂରେଇ ରହିବା ନେଇ ସଚେତନ କଲା ଅବକାରୀ ବିଭାଗ

କେସିଙ୍ଗା,୨୫ା୬ (ତୁମେଶ୍ବର ସାହୁ)- ଜିଲା ଅବକାରୀ ଓ କେସିଙ୍ଗା ପଞ୍ଚାୟତ ସମିତି ମିଳିତ ଉଦ୍ୟମରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ଗତ ୨୦ତାରିଖରେ ସଚେତନତା ଅଭିଯାନ ଆରମ୍ଭ ହୋଇଥିଲା। ୨୫ତାରିଖ ପର୍ଯ୍ୟନ୍ତ ବ୍ଲକର ୨୬ ଗ୍ରାମ ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ପାଲା, ଘୁମରା, ନାଚଗୀତ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଥିଲା। ବୁଧବାର ଏହି କାର୍ଯ୍ୟକ୍ରମ ତୁର୍ଳାଖମାନ, ବୋରିଆ ଆଦି ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଥିଲା। ଗରିବ ଲୋକମାନେ ଦୁଇ ପଇସା ରୋଜଗାର କରି ପରିବାର ପୋଷିବା ପରିବର୍ତ୍ତେ ମଦ ପଛରେ ଉଡାଉଛନ୍ତି। ଫଳରେ ପରିବାର ପ୍ରତିପୋଷଣରେ ସମସ୍ୟା ଦେଖା ଯାଉଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତ୍ତି କ୍ରମେ ଜିଲା ଅବକାରୀ ବିଭାଗ ନିର୍ଦ୍ଦେଶରେ କାର୍ଯ୍ୟକ୍ରମ କରାଯାଉଥିଲା। ଏଥିରେ କେସିଙ୍ଗା ଅବକାରୀ ବିଭାଗ ଉପନିରୀକ୍ଷକ ବିଶ୍ୱଜିତ ଆରୁକଙ୍କ ସମେତ ସମସ୍ତ କର୍ମଚାରୀ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri