ରୋମାଞ୍ଚ ଭରିଲେ ଶାନ

ବ୍ରହ୍ମପୁର ଅଫିସ,୧୮।୧: ସିଲ୍କ ସିଟି ଫେଷ୍ଟ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ମହୋତ୍ସବ ମାଧ୍ୟମରେ ଗଞ୍ଜାମ ଜିଲାର ଲୋକ କଳା, ସଂସ୍କୃତିର ପ୍ରଚାରପ୍ରସାର ହୋଇପାରିଛି। ମହୋତ୍ସବ ମାଧ୍ୟମରେ ଏସ୍‌ଏଚ୍‌ଜି ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ରାଜ୍ୟରେ ୨ଥର ଲେଖାଏଁ ହକି ବିଶ୍ୱକପ ଅନୁଷ୍ଠିତ ହୋଇପାରିଛି ବୋଲି ଶ୍ରମ ମନ୍ତ୍ରୀ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଇଏମ୍‌ସି ମେୟର ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ ବିବେକ ରେଡି, ବିଧାୟକ ବିକ୍ରମ କୁମାର ପଣ୍ଡା, ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣି, ବିଇଏମ୍‌ସି କମିଶନର ଜେ ସୋନାଲ, ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଭି କୀର୍ତ୍ତିୱାସନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଫେଷ୍ଟକୁ ନେଇ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ଭାରୋତ୍ତୋଳନକାରୀ ସୀତା ଦାଶଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା।
ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଘଟ କଳସୀ ନୃତ୍ୟ, ଓଡିଶୀ, ଟାଇକୋଣ୍ଡୋ, ଫ୍ୟାସନ ଶୋ, ସମ୍ବଲପୁରୀ, ସ୍କେଟିଂ ମାଧ୍ୟମରେ ସଚେତନତା, ମଡର୍ଣ୍ଣ ନୃତ୍ୟ, ଲୋକ ନୃତ୍ୟ, ବିହୁ ନୃତ୍ୟ ଓ ଘୁମୁରା ନୃତ୍ୟ ପରିବେଶିତ ହୋଇଥିଲା। ମେଗା ସେଲିବ୍ରିଟି କାର୍ଯ୍ୟକ୍ରମରେ ପ୍ରଥମେ ବ୍ରହ୍ମପୁର ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ଦ୍ୱାରା ଶ୍ରୀକୃଷ୍ଣଙ୍କ ଦଶ ଅବତାର ନୃତ୍ୟ ପରିବେଷଣ କରାଯାଇଥିଲା। ଏହାପରେ ବଲିଓଡର ପ୍ରଚ୍ଛଦପଟ ଗାୟକ ଶାନ ଷ୍ଟେଜରେ ରୋମାଞ୍ଚକ ଭରା ପ୍ରବେଶ କରିଥିଲେ। ଶାନ ପ୍ରଥମେ ଶାହାରୁଖ ଖାନଙ୍କ ଡନ ଚଳଚ୍ଚିତ୍ରର ମେ.. ହୁ.. ଡନ ଗୀତ ଗାଇ ଷ୍ଟେଜ ଉପରକୁ ଆସିଥିଲେ। ଯାହାକୁ ନେଇ ଦର୍ଶକଙ୍କ କୋଳାହଳ ଜମି ଉଠିଥିଲା। ଏହାପରେ ସେ ଚାନ୍ଦ..ସିପାରିସ, ଆଜ..ଉନସେ.. ମିଲନା..ହେ, ବେହେତି..ହାୱା..,କସମ..କି..କସମ ଭଳି ସୁପରହିଟ ଗୀତ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?