ରୋମାଞ୍ଚ ଭରିଲେ ଅର୍ଚ୍ଚିତା, ସବ୍ୟସାଚୀ

ପାରଳାଖେମୁଣ୍ଡି, ୨୧ା୧ (ଡି.ଏନ୍‌.ଏ) : ଗଜପତି ଜିଲାର କଳା, ସଂସ୍କୃତି, ଐତିହ୍ୟ ଓ ସମୃଦ୍ଧି ପରମ୍ପରାର ସମାରୋହ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳାର ଶନିବାର ଚତୁର୍ଥ ସନ୍ଧ୍ୟାରେ ଦର୍ଶକଙ୍କ ମନରେ ରୋମାଞ୍ଚ ଭରିଛନ୍ତି ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ ଅର୍ଚ୍ଚିତା। ଏହି ସନ୍ଧ୍ୟାରେ ପ୍ରବଳ ଜନସମାଗମ ହୋଇଥିଲା। ହଜାର ହଜାର ଦର୍ଶକଙ୍କ ଉପସ୍ଥିତିରେ ଜିଲା ତଥା ଅନ୍ୟ ଜିଲାର କଳାକାରମାନେ ନୃତ୍ୟ, ଗୀତ ପରିବେଷଣ କରିଥିଲେ। ପାରଳାଖେମୁଣ୍ଡି ସହରର ନଟରାଜ ନୃତ୍ୟ କଳା କ୍ଷେତ୍ର ଗ୍ରୁପ, ଗଞ୍ଜାମ ଜିଲା ରଣପା ଲୋକନୃତ୍ୟ, ଚନ୍ଦ୍ରଗିରିର ତିବ୍ଦତିଆନ ଗ୍ରୁପ ଦ୍ୱାରା ଲୋକନୃତ୍ୟ, ସୁରଭି ଗଜପତି, ପାରଳାଖେମୁଣ୍ଡିସ୍ଥିତ ଶ୍ରୀଅରବିନ୍ଦ ବିଦ୍ୟାଳୟ, ସେଞ୍ଚୁରିଆନ ପବ୍ଲିକ ସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ, ମହିଳା ସ୍ନାତକ ମହାବିଦ୍ୟାଳୟ, ବନ୍ଦେ ମାତରମ ନୃତ୍ୟ ଦଳ, ଗୋଷାଣି ଓ କାଶୀନଗର ବ୍ଲକର ଲୋକନୃତ୍ୟ, ସମ୍ବଲପୁରର ଲୋକନୃତ୍ୟ, କୋରାପୁଟର ଢେମସା ଲୋକନୃତ୍ୟ ସମେତ ୧୪ଟି ଗ୍ରୁପ ନୃତ୍ୟ, ସଙ୍ଗୀତ ପରିବେଷଣ କରିଥିଲେ। ସଭା କାର୍ଯ୍ୟକ୍ରମରେ ଗଜପତି ଜିଲାପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲାପାଳ ସଂଗ୍ରାମ ଶେଖର ପଣ୍ଡା, ମୋହନା ପଞ୍ଚାୟତ ସମତି ଅଧ୍ୟକ୍ଷ ରାଜୀବ ଶବର, ଆର୍‌.ଉଦୟଗିରି ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଶବର, ନୂଆଗଡ ବ୍ଲକ ଅଧ୍ୟକ୍ଷା ମାଳତୀ ପ୍ରଧାନ, ରାୟଗଡ଼ ବ୍ଲକ ଅଧ୍ୟକ୍ଷ ପୂର୍ଣ୍ଣବାସୀ ନାୟକ, ଗୋଷାଣି ବ୍ଲକ ଅଧ୍ୟକ୍ଷ ଏନ.ବୀରରାଜୁ, ଗୁମ୍ମା ବ୍ଲକ ଅଧ୍ୟକ୍ଷା ସୁନେମୀ ମଣ୍ଡଳ, କାଶୀନଗର ବ୍ଲକ ଅଧ୍ୟକ୍ଷା ବିସାୟାମ୍ମା, କାଶୀନଗର ବିଜ୍ଞାପିତ ପରିଷଦ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଏମ.ସୁଧାରାଣୀ ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରତେକ ଦିନ ଅପେକ୍ଷା ଶନିବାର ଜନ
ସମାବେଶ ଢେର ଅଧିକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri