ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମେଡିକାଲରେ ଉତ୍ତେଜନା

ଭଦ୍ରକ ଅଫିସ, ୨ା୧୦- ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ସମ୍ପର୍କୀୟମାନେ ମେଡିକାଲ ପରିସରରେ ହୋହଲ୍ଲା କରିବା ସହ କର୍ମଚାରୀଙ୍କୁ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚିି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ଧୂଷୁରୀ ଥାନା ଠାକୁରପାଟଣା ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ସତ୍ୟେନ୍ଦୁ ମଲିକ ଗଡ଼ିଆରେ ପଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ପ୍ରଥମେ ଧୂଷୁରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିଲେ ମଧ୍ୟ କରୋନା ଆକ୍ରାନ୍ତ ସନ୍ଦେହରେ ଡାକ୍ତରଖାନା କର୍ମଚାରୀମାନେ ଚିକିତ୍ସା କ୍ଷେତ୍ରରେ ବିଳମ୍ବ କରିଥିଲେ। ଫଳରେ କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା କରିଥିବା ଦର୍ଶାଇ ମୃତକଙ୍କ ପରିବାର ଓ ସମ୍ପର୍କୀୟମାନେ ମେଡିକାଲ କର୍ମଚାରୀଙ୍କୁ ର୍ଦୁବ୍ୟବହାର ପ୍ରଦର୍ଶନ କରିବା ସହ ଠେଲାପେଲା କରିଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ମେଡିକାଲ ପରିସରରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri