ଟିକା ପାଇଁ ଉତ୍ତେଜନା

ବାଳକାଟୀ,୧୧।୫(ଡି.ଏନ୍‌.ଏ.): ରାଜ୍ୟର ସବୁ ଟିକା କେନ୍ଦ୍ରରେ ଲୋକେ ଟିକା ନେବା ପାଇଁ ଅସମ୍ଭାଳ ଭିଡ଼ ହେଉଛି। ଟିକା ନେବା ପାଇଁ ରାତି ୩ଟାରୁ ଲୋକେ ଆସି ଲାଇନ୍‌ ଲଗାଉଛନ୍ତି। ଫଳରେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିବାବେଳେ ପରିସ୍ଥିତି ମଧ୍ୟ ଅଣାୟତ୍ତ ହୋଇପଡ଼ୁଛି। ଅନ୍ୟପଟେ କେନ୍ଦ୍ରକୁ ୧୦୦ଟିକା ଆସିଥିବାବେଳେ ପ୍ରାୟ ୩୦୦ ଲୋକ ଲାଇନ୍‌ରେ ରହୁଛନ୍ତି। ଶେଷରେ ଟିକା ନ ପାଇ ଅସନ୍ତୋଷ ପ୍ରକାଶ କରିବା ସହ ଟିକାକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏଭଳି ଅଭାବନୀୟ ଘଟଣା ରାଜଧାନୀ ଉପକଣ୍ଠ ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି। ବାଳକାଟୀ ଅଞ୍ଚଳରେ ପ୍ରଥମ ଡୋଜ୍‌ ନେଇଥିବା ବ୍ୟକ୍ତିମାନଙ୍କର ଦ୍ୱିତୀୟ ଡୋଜ୍‌ ନେବା ପାଇଁ ସମୟ ହୋଇଯାଇଥିବାରୁ ସେମାନେ ମଧ୍ୟ ଟିକା କେନ୍ଦ୍ରକୁ ଆସି ଲାଇନ ଲଗାଉଛନ୍ତି। ହେଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଅଦ୍ୟାବଧି ୨୩୦୦ ଲୋକ ଦ୍ୱିତୀୟ ଡୋଜ୍‌ ନେବା ପାଇଁ ଅପେକ୍ଷାରେ ଥିବାବେଳେ ସେହି ଅନୁପାତରେ ଟିକା ଆସି ନାହିଁ। ୨/୩ ଦିନ ଅନ୍ତରରେ ଟିକା ଆସୁଥିବାବେଳେ ଏକା ସମୟରେ ଦ୍ୱିତୀୟ ଡୋଜ ନେବା ଲାଗି ଥିବା ବ୍ୟକ୍ତି ଓ ପ୍ରଥମ ଡୋଜ୍‌ ଟିକା ନେବା ପାଇଁ ଲୋକ ସଂଖ୍ୟା ବଢ଼ିବାରେ ଲାଗୁଛି। ଫଳରେ ଟିକା ଯଥେଷ୍ଟ ପରିମାଣରେ ଆସୁ ନ ଥିବାରୁ ଅଧିକାଂଶ ଲୋକ ନିରାଶ ହୋଇ ଫେରୁଛନ୍ତି। ସୋମବାର ଟିକା କେନ୍ଦ୍ର ଆଗରେ ପୁରୁଷ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଲାଇନ ଥିବାବେଳେ ରାତି ୩ଟାରୁ ଲୋକେ ଧାଡ଼ିରେ ଛିଡ଼ା ହୋଇଥିବା ଦେଖାଯାଇଥିଲା। ଅପରପକ୍ଷେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିଲା। ୧୦୦ଜଣଙ୍କ ପାଇଁ ଟିକା ଆସିଥିବାରୁ କୁପନ ବଣ୍ଟାଯିବା ପରେ ଘଣ୍ଟା ଘଣ୍ଟା ଧରି ଲାଇନରେ ଅପେକ୍ଷା କରିଥିବା ପ୍ରାୟ ୩୦୦ ଲୋକ ଶେଷରେ ନିରାଶ ହୋଇ ଫେରିଥିବାରୁ ଉତ୍ତେଜନା ଦେଖାଯାଇଥିଲା। ପରେ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଆସି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?