ସୁନୀଲ, ଅରୂପଙ୍କୁ ନେଇ ବିଜେଡି ଶିବିରରେ ଉତ୍ସାହ

ପୁରୀ,୨୮ା୩(ଅଜିତ୍‌ ମହାନ୍ତି)ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସ୍ବର୍ଗତ ମହେଶ୍ୱର ମହାନ୍ତିଙ୍କ ପୁଅ ସୁନିଲ ମହାନ୍ତିଙ୍କୁ ବିଜେଡି ପ୍ରାର୍ଥୀ କରିଛି। ସେହିପରି ପୁରୀ ଲୋକସଭା ନିମନ୍ତେ ଦଳ ପକ୍ଷରୁ ଅରୁପ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିବା ପରେ ଦଳୀୟ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପ୍ରାର୍ଥୀଙ୍କ ସମର୍ଥକମାନେ ତାଙ୍କର ପ୍ରିୟ ନେତାଙ୍କୁ ଅଭିନନ୍ଦନ ଜଣାଇବା ସହ ଶୁଭେଛା ଜ୍ଞାପନ କରିଛନ୍ତି। ଚଳିତ ଥର ପୁରୀ ଲୋକସଭା ଆସନ ସହ ପୁରୀ ସଦର ବିଧାନସଭା ମଣ୍ଡଳୀରେ ଦଳ ନୂଆ ଚେହେରା ଦେଇଛି। ସ୍ବର୍ଗତ ମହେଶ୍ୱର ମହାନ୍ତିଙ୍କ ଦେହାନ୍ତ ପରେ ତାଙ୍କ ପୁଅ ସୁନିଲ ମହାନ୍ତିଙ୍କୁ ଦଳ ପ୍ରଥମ ଥର ପାଇଁ ଟିକେଟ ଦେଇଥିବା ବେଳେ ପୁରୀ ଏମ୍‌ପି ପିକାନୀ ମିଶ୍ର ନିର୍ବାଚନ ନ ଲଢିବା ନେଇ ସୂଚନା ଦେବା ପରେ ଅରୂପ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ଗତ ନିର୍ବାଚନରେ ଅରୂପ ଭୁବନେଶ୍ୱର ଲୋକସଭା ଆସନରୁ ଲଢି ପରାସ୍ତ ହୋଇଥ୍‌ତ୍ଲେ। ତେବେ ଚଳିତ ଥର ଦଳ ତାଙ୍କୁ ପୁରୀ ଲୋକସଭାରୁ ପ୍ରାର୍ଥୀ କରିଛି। ଅରୂପ କହିଛନ୍ତି, ହାରିବା ଜିତିବା କିଛି ନାହିଁ। ନୂଆ ଚାଲେଞ୍ଜ ପାଇଁ ସେ ସର୍ବଦା ପ୍ରସ୍ତୁତ ରହିଥାନ୍ତି। ସେ ପୁରୀ ମାଟିର ପୁଅ। ତେଣୁ ପୁରୀବାସୀ ତାଙ୍କୁ ଗ୍ରହଣ କରିବେ ବୋଲି ଆଶା ରହିଛି। ମୁଖ୍ୟମନ୍ତ୍ରୀ ସବୁ ଦିଗକୁ ଦେଖି ତାଙ୍କୁୁ ଟିକେଟ ଦେଇଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଆଗାମୀ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହେବେ ବୋଲି ଆଶାବ୍ୟକ୍ତ କରିଛନ୍ତି। ସେହିପରି ସୁନିଲ କହିଛନ୍ତି, ତାଙ୍କୁ ପ୍ରାର୍ଥୀ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ, ୫-ଟି ଅଧ୍ୟକ୍ଷ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବରିଷ୍ଠ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଉଛି। ମୁଖ୍ୟମନ୍ତ୍ରୀ ପୁରୀ ସହର ପାଇଁ ଅନେକ ଉନ୍ନତିମୂଳକ କାର୍ଯ୍ୟ କରିଆସିଛନ୍ତି। ଆଗକୁ ମଧ୍ୟ ଉନ୍ନତି କରାଯିବ। ସ୍ବର୍ଗତ ମହେଶ୍ୱର ମହାନ୍ତି ପୁରୀ ସହର ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ପୁରୀ ନିର୍ବାଚନମଣ୍ଡଳୀବାସୀଙ୍କ ଆର୍ଶୀବାଦ ରହିଲେ ସେ ମଧ୍ୟ କାର୍ଯ୍ୟ କରିବେ। ତାଙ୍କ ବାପା ବିଧାୟକ ନ ଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପୁରୀର ସମସ୍ୟା ସମ୍ପର୍କରେ ଅବଗତି କରାଇ ଉନ୍ନତିମୂଳକ କାର୍ଯ୍ୟ କରିବାରେ ସହଯୋଗ କହିଥିଲେ। ଲୋକଙ୍କ ସମସ୍ୟା ସହ ଜଡିତ ହୋଇ ରହିଛୁ, ତେଣୁ ଲୋକଙ୍କ ସମସ୍ୟା ନେଇ ନିର୍ବାଚନ ମଇଦାନକୁ ଓହ୍ଲାଇବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri