Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୭।୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୫୫ (୪୫୪.୬୭) ପଏଣ୍ଟ ବଢି ୭୨,୧୮୬ (୭୨,୧୮୬.୦୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୫୮ (୧୫୭.୭୦) ପଏଣ୍ଟ ବୃଦ୍ଧି ଘଟି ୨୧,୯୨୯ (୨୧,୯୨୯.୪୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।

Share