ସମିତି ବୈଠକରେ ହଟ୍ଟଗୋଳ, ଉତ୍ତେଜନା

ଦାରିଙ୍ଗବାଡ଼ି,୧୪।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଚତୁର୍ଥ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡିଓ ଗଦାଧର ପାତ୍ର ସଂଯୋଜନା କରିଥିଲେ।

ବୈଠକରେ ମୁଖ୍ୟ ଅତିଥି ଭାବେ ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରଥମେ ବିପର୍ଯ୍ୟୟ ପରିଚାଳନା ବିଷୟରେ ଆଲୋଚନା କରାଯାଇଥିଲା। ଏଥିରେ ଜିଲା ଜରୁରୀ କାର୍ଯ୍ୟାଳୟ(କନ୍ଧମାଳ)ର ପରାମର୍ଶଦାତା ସରୋଜ କୁମାର ଦାସ ଲୋକପ୍ରତିନିଧିଙ୍କୁ ତାଲିମ ପ୍ରଦାନ କରି ତାଙ୍କ ଦାୟିତ୍ୱ ସମ୍ପର୍କରେ କହିଥିଲେ।

ଏହି ଅବସରରେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ସହ ଅଗଷ୍ଟ ମାସରେ ଦୁଇଜଣ ନବ ଜାତ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଲୋକପ୍ରତିନିଧି ହଟ୍ଟଗୋଳ କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ଅଭାବ ଯୋଗୁ ସୁଇପରଙ୍କୁ ପ୍ରସବ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗର ତଦନ୍ତ କରି ରିପୋର୍ଟ ପ୍ରଦାନ କରାଯିବ ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି। ତେବେ ବୈଠକରେ ସ୍ବାସ୍ଥ୍ୟସେବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।

ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ ହସ୍ପିଟାଲରେ ଅଧିକ ଔଷଧ ଗଚ୍ଛିତ ରଖିବାକୁ ଦାବି କରିଥିଲେ। ବାମୁଣୀଗାଁ ଏବଂ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରର ନୂତନ କୋଠା ନିର୍ମାଣ ପାଇଁ ୫୭ ଲକ୍ଷ ଟଙ୍କା ଲେଖାଏ ଅନୁମୋଦନ ହୋଇଥିବା ବିଧାୟକ ପ୍ରଧାନ କହିଥିଲେ। ବୈଠକ ପାଇଁ ଏକାଧିକ ସମିତିସଭ୍ୟ ଚିଠି ପାଇ ନ ଥିବା ନେଇ ସିମନବାଡି ସମିତିସଭ୍ୟ ଅଭିଯୋଗ କରିଥିଲେ। ଏନେଇ ଜନପ୍ରତିନିଧି ଅସନ୍ତୋଷ ପ୍ରକାଶ କରିଥିଲେ। ହେଲେ ଡାକ ଯୋଗେ ଚିଠି ପଠାଯାଇ ସୋସିଆଲ ମିଡିଆରେ ଚିଠିକୁ ସାର୍ବଜନୀନ କରିବାକୁ ବୈଠକରେ ନିଷ୍ପତି ହୋଇଥିଲା। ଅନ୍ୟପକ୍ଷେ ଜିଲାର କେତେକ ସ୍କୁଲକୁ ବନ୍ଦ କରିଦିଆଯାଇଥିଲେ ମଧ୍ୟ ସେଠାକାର ଛାତ୍ରୀଛାତ୍ର କେଉଁ ବିଦ୍ୟାଳୟରେ ପଢୁଛନ୍ତି ତାହା ବିଭାଗ ପକ୍ଷରୁ ତଦରଖ କରାଯାଉ ନ ଥିବା କହିଥିଲେ। ତଜଡ଼ବାଡ଼ି ବିଦ୍ୟାଳୟକୁ କରୋନା ପରଠାରୁ ବନ୍ଦ କରିଦିଆଯାଇଥିବା ବେଳେ ସେହି ଗ୍ରାମର ପ୍ରାୟ ୧୦ ଛାତ୍ରୀଛାତ୍ର ଜଙ୍ଗଲ ରାସ୍ତା ଦେଇ ପ୍ରାୟ ୫କି.ମି ଦୂର ଅନ୍ୟ ବିଦ୍ୟାଳୟକୁ ବିପଦପୂର୍ଣ୍ଣ ଭାବେ ଯାଉଛନ୍ତି। ତାହାର ତଦନ୍ତ କରି ତଜଡ଼ବାଡ଼ିରେ ପୁନଃ ବିଦ୍ୟାଳୟ ଚଳାଇବାକୁ ପଦକ୍ଷେପ ନେବାକୁ ବିଧାୟକ ପରାମର୍ଶ ଦେଇଥିଲେ।

ଏପରି କି ଜଣେ ଅଙ୍ଗନୱାଡି କର୍ମୀ ଓ୍ବାର୍ଡମେମ୍ବରଙ୍କ ଜାଲ୍‌ ଦସ୍ତଖତ କରି ଟଙ୍କା ହଡ଼ପ କରିଥିବା ନେଇ ଥାନା ଏବଂ ଶିଶୁ ଯୋଜନା ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ବୈଠକରେ ଅଭିଯୋଗ ହୋଇଥିଲା। ଏନେଇ ବୈଠକରେ ଉଚ୍ଚବାଚ ହୋଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri