ଭୁବନେଶ୍ୱର, ୭।୧୦: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୬୪ (୩୬୪.୦୬) ପଏଣ୍ଟ ବୃଦ୍ଧି ଘଟି ୬୫,୯୯୬ (୬୫,୯୯୫.୬୩) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୧୦୮ (୧୦୭.୭୫) ପଏଣ୍ଟ ବଢ଼ି ୧୯,୫୫୩ (୧୯,୬୫୩.୫୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ବୃଦ୍ଧି ଘଟିଥିଲା ବେଳେ ଏନ୍ଏସ୍ଇ ନିଫ୍ଟି ମିଡ୍ କ୍ୟାପ୍, ସ୍ମଲ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଥିଲା।


